Masthead

ପାରାଦୀପ ଜାହାଜରେ ପାକିସ୍ତାନୀ କ୍ରିଉ ମେମ୍ବର!

ପାରାଦୀପ (ବଡ଼ ଖବର ବ୍ୟୁରୋ): ପାରାଦୀପ ଜାହାଜରେ ପାକିସ୍ତାନୀ କ୍ରିଉ ମେମ୍ବର! ବନ୍ଦରରେ ଲାଗିଥିବା ଜାହାଜରେ ପାକିସ୍ତାନୀ କ୍ରିଉ ମେମ୍ବର ଥିବା ସୂଚନା । ୨୧ଜଣ ପାକିସ୍ତାନୀ କ୍ରିଉ ମେମ୍ବର ସୂଚନା ପରେ ସୁରକ୍ଷା କଡ଼ାକଡ଼ି । ଏନେଇ ପାରାଦୀପ ଇମିଗ୍ରେସନ ବିଭାଗ ଅବଗତ କରିଥିବା ସୂଚନା । ମେରାଇନ ପୋଲିସ, ସିଆଇଏସଏଫ, କଷ୍ଟମ ବିଭାଗକୁ ଅବଗତ କଲା । ପଣ୍ୟ ଖଲାସ ନ ହେବା ଯାଏଁ ଜାହାଜକୁ ଜଗି ରଖିବାକୁ ନିଦେ୍ର୍ଦଶ । ପାକିସ୍ତାନୀ କୌଣସି ପରିସ୍ଥିତିରେ ଜାହାଜରୁ ନ ଓହ୍ଲାନ୍ତି କଡ଼ା ନଜର ରଖିବେ ।

ପାରାଦୀପ ପୋର୍ଟ ଏସପିଏମରେ ଲାଗିଛି ହଂକଂ ଫ୍ଲାଗସିପ୍ ଜାହାଜ । ପାକିସ୍ତାନୀ ନାଗରିକ ଭାରତ ସୀମା ମଧ୍ୟରେ ପ୍ରବେଶ ଉପରେ ବୈଦେଶିକ କଟକଣା ରହିଛି। ଦକ୍ଷିଣ କୋରିଆ ଦେଶରୁ ୧୩୫ ମେଟ୍ରିକ ଟନ ଅଶୋଧିତ ତୈଳ ବୋଝେଇ ହୋଇ ଆସୁଛି। ଉକ୍ତ ତୈଳ ଏସ୍‌ପିଏମ୍‌ ବର୍ଥରେ ବୁଧବାର ଖଲାସ ହେବ ବୋଲି ବନ୍ଦର ଡିଟିଆର (ଡେଲି ଟ୍ରାଫିକ ରିପୋର୍ଟ)ରୁ ଜଣାପଡିଛି। ନାବିକଙ୍କ ମଧ୍ୟରେ ୨୧ ପାକିସ୍ତାନ, ୨ ଭାରତୀୟ, ଜଣେ ଶ୍ରୀଲଙ୍କା, ଜଣେ ଥାଇଲାଣ୍ଡ ଦେଶର ବୋଲି ଇମିଗ୍ରେଶନ ବିଭାଗ ସୂତ୍ରରୁ ଜଣାପଡ଼ିଛି।

ପାରାଦୀପ ବନ୍ଦର ଏସ୍‌ପିଏମ୍‌ ପୋତାଶ୍ରୟଠାରୁ ୨୦ କି.ମି. ଦୂର ସମୁଦ୍ର ମଧ୍ୟରେ ଜାହାଜ ରହିଛି। ସେଠାରେ ଭାସମାନ ବର୍ଥକୁ ଏସ୍‌ପିଏମ୍‌ ବୋଲି କୁହାଯାଏ। ସେଠାରେ କେବଳ ବୃହତ ତୈଳବାହୀ ଜାହାଜରୁ ଅଶୋଧିତ ତୈଳ ପାଇପ୍‌ଲାଇନ ଯୋଗେ ଖଲାସ କରାଯାଇଥାଏ। ବୁଧବାର ଜାହାଜ ଲାଗିବା ପାଇଁ କ୍ଲିୟରାନ୍ସ ମିଳିଛି। କିନ୍ତୁ ଅପସାରଣ ଶେଷ ପର୍ଯ୍ୟନ୍ତ ତଦାରଖ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏଠାରେ ପ୍ରଶ୍ନ ଉଠେ, ମେରାଇନ ପୋଲିସର ପାଟ୍ରୋଲିଂ ବୋଟ ଏ ପର୍ଯର୍୍ୟନ୍ତ ମହାନଦୀ ମୁହାଣ ଅତିକ୍ରମ କରିନାହିଁ। ବୁଧବାର କିପରି ଏସ୍‌ପିଏମ୍‌ ପର୍ଯ୍ୟନ୍ତ ପୋଲିସ ଯିବ ତାକୁ ନେଇ କଳ୍ପନା ଜଳ୍ପନା ପ୍ରକାଶ ପାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ରାହୁରେଖାଲାଗି ନୀତି, ୪ ଘଣ୍ଟା ଦର୍ଶନ ବନ୍ଦ 🔴 ଆଜି ବସିବ ରାଜ୍ୟ କ୍ୟାବିନେଟ 🔴 ଶ୍ରୀମନ୍ଦିର ଉଡ଼େଇଦେବାକୁ ଧମକ! 🔴 ୟୁଥ୍‌ ଫର୍ ସୋସିଆଲ୍‌ ଡେଭଲପମେଣ୍ଟ ପକ୍ଷରୁ ଆନ୍ତର୍ଜାତୀୟ ଯୁବ ଦିବସ ପାଳିତ 🔴 ସବୁ ଅଫିସ୍‌ରେ ଲାଗିବ AI କ୍ୟାମେରା 🔴 ଆମେରିକା ପାଇଁ ‘ଭସ୍ମାସୁର’ ଟ୍ରମ୍ପ! 🔴 ଆମେରିକା ବଳରେ ବଳିଆନ୍ ପାକିସ୍ତାନ, ଭାରତକୁ ଯୁଦ୍ଧ ଧମକ 🔴 ଝିଆରୀର ସର୍ବନାଶ କଲା ପାପି ପିଉସା 🔴 ବରଗଡ଼ ଛାତ୍ରୀ ମୃତ୍ୟୁ ଘଟଣା, ୨ ଜଣଙ୍କୁ ପଚରାଉଚରା କରୁଛି ପୋଲିସ 🔴 ପ୍ରବଳ ବର୍ଷା ସମ୍ଭାବନା 🔴 ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ରାହୁରେଖାଲାଗି ନୀତି, ୪ ଘଣ୍ଟା ଦର୍ଶନ ବନ୍ଦ 🔴 ଆଜି ବସିବ ରାଜ୍ୟ କ୍ୟାବିନେଟ 🔴 ଶ୍ରୀମନ୍ଦିର ଉଡ଼େଇଦେବାକୁ ଧମକ! 🔴 ୟୁଥ୍‌ ଫର୍ ସୋସିଆଲ୍‌ ଡେଭଲପମେଣ୍ଟ ପକ୍ଷରୁ ଆନ୍ତର୍ଜାତୀୟ ଯୁବ ଦିବସ ପାଳିତ 🔴 ସବୁ ଅଫିସ୍‌ରେ ଲାଗିବ AI କ୍ୟାମେରା 🔴 ଆମେରିକା ପାଇଁ ‘ଭସ୍ମାସୁର’ ଟ୍ରମ୍ପ! 🔴 ଆମେରିକା ବଳରେ ବଳିଆନ୍ ପାକିସ୍ତାନ, ଭାରତକୁ ଯୁଦ୍ଧ ଧମକ 🔴 ଝିଆରୀର ସର୍ବନାଶ କଲା ପାପି ପିଉସା 🔴 ବରଗଡ଼ ଛାତ୍ରୀ ମୃତ୍ୟୁ ଘଟଣା, ୨ ଜଣଙ୍କୁ ପଚରାଉଚରା କରୁଛି ପୋଲିସ 🔴 ପ୍ରବଳ ବର୍ଷା ସମ୍ଭାବନା