Masthead

୨୮ରେ ବଙ୍ଗୋପସାଗରେ ସୃଷ୍ଟି ହୋଇପାରେ ଲଘୁଚାପ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଅସହ୍ୟ ଗରମରୁ ମିଳିବ ଆସ୍ୱସ୍ତି । ୨୮ରେ ବଙ୍ଗୋପସାଗରେ ସୃଷ୍ଟି ହୋଇପାରେ ଲଘୁଚାପ । ମେ ମାସ ଶେଷ ବେଳକୁ ଉତ୍ତର ବଙ୍ଗୋପସାଗର ଉପରେ ଏକ ଲଘୁଚାପ ସୃଷ୍ଟି ହୋଇପାରେ। ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଆଗେଇବା ସହିତ ଏହା ପ୍ରଭାବରେ କେନ୍ଦ୍ରୀୟ ଓ ଉତ୍ତର ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ । ସମ୍ଭବତଃ ୨୮ ଓ ୨୯ ତାରିଖ ବେଳକୁ ଏହା ଅଧିକ ଘନୀଭୂତ ହୋଇ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଅଛି । ଭାରତୀୟ ପାଣିପାଗ ବିଭାଗ ବିସ୍ତାରିତ ଆକଳନ କରି ଏଭଳି ଚିତ୍ର ଆଙ୍କିଛି ।

ଆଇଏମଡିର ସୂଚନ ଅନୁସାରେ ମେ ମାସ ତୃତୀୟ ସପ୍ତାହରେ ମୌସୁମୀ କେରଳ ଛୁଇଁପାରେ । ଏହି ସମୟରେ ମୌସୁମୀ ବାୟୁ ଉତ୍ତର ପୂର୍ବ ରାଜ୍ୟକୁ ମଧ୍ୟ ଅଗ୍ରସର ହୋଇପାରେ । ୧୫ ରୁ ୨୧ ତାରିଖ ଭିତରେ ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଅଛି। ୨୨ରୁ ୨୮ ତାରିଖ ଭିତରେ ବି ବର୍ଷା ପରିମାଣ ବଢ଼ିପାରେ । ଓଡ଼ିଶା ସମେତ ପୂର୍ବ ଓଡ଼ିଶାରେ ଘଡ଼ଘଡ଼ି ଓ ବର୍ଷା ଅଛି । ସ୍ୱାଭାବିକଠାରୁ ଅଧିକ ବର୍ଷା ହୋଇପାରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁଙ୍କ ଆଜି ନବମୀ ସନ୍ଧ୍ୟା ଦର୍ଶନ 🔴 OAS ସଂଘ ଆନ୍ଦୋଳନ ପ୍ରତ୍ୟାହୃତ 🔴 ୪ ଜିଲ୍ଲାରେ ପ୍ରବଳ ବର୍ଷିବ ! 🔴 ପାକିସ୍ତାନ ସୀମା ଜଗିବ ଆପାଚି 🔴 ଭାରତ ଆସିବେ ପାକିସ୍ତାନ ଖେଳାଳି 🔴 ବନ୍ୟାପାଣି ଘେରରେ ଜୀବନ 🔴 ଘାନାରେ ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ 🔴 ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ଆଲର୍ଟ 🔴 ଆତଙ୍କୀଙ୍କ ଆଡ୍ଡା ପାଲଟିଛି ଗଞ୍ଜାମ,୨୪ ଘଣ୍ଟା ମଧ୍ୟରେ ହୋଇଛି ୩ ହତ୍ୟାକାଣ୍ଡ 🔴 ରେଳଧାରଣାକୁ ଧସିଲା ମାଟି 🔴 ଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁଙ୍କ ଆଜି ନବମୀ ସନ୍ଧ୍ୟା ଦର୍ଶନ 🔴 OAS ସଂଘ ଆନ୍ଦୋଳନ ପ୍ରତ୍ୟାହୃତ 🔴 ୪ ଜିଲ୍ଲାରେ ପ୍ରବଳ ବର୍ଷିବ ! 🔴 ପାକିସ୍ତାନ ସୀମା ଜଗିବ ଆପାଚି 🔴 ଭାରତ ଆସିବେ ପାକିସ୍ତାନ ଖେଳାଳି 🔴 ବନ୍ୟାପାଣି ଘେରରେ ଜୀବନ 🔴 ଘାନାରେ ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ 🔴 ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ଆଲର୍ଟ 🔴 ଆତଙ୍କୀଙ୍କ ଆଡ୍ଡା ପାଲଟିଛି ଗଞ୍ଜାମ,୨୪ ଘଣ୍ଟା ମଧ୍ୟରେ ହୋଇଛି ୩ ହତ୍ୟାକାଣ୍ଡ 🔴 ରେଳଧାରଣାକୁ ଧସିଲା ମାଟି