Masthead

ପୁଣି ଓଡ଼ିଶାକୁ ଫେରିଲା କରୋନା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଫେରିଲା କରୋନା, ଭୁବନେଶ୍ବରରେ ଜଣେ ଆକ୍ରାନ୍ତ ଚିହ୍ନଟ । ଦେଶରେ କୋଭିଡ୍ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ବେଳେ ଓଡ଼ିଶାରେ ବି କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ତାଙ୍କୁ ରାଜଧାନୀର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି । ତାଙ୍କ ଟ୍ରାଭେଲ ହିଷ୍ଟ୍ରି ଦେଖିଲେ ସେ ନିକଟରେ ଦିଲ୍ଲୀରୁ ଫେରିଥିବା କୁହାଯାଇଛି। ଏହାପରେ ଓଡ଼ିଶାକୁ କରୋନା ପୁଣି ଫେରିଥିବା ନେଇ ଆଲୋଚନା ହେଉଥିବା ବେଳେ ଲୋକେ ଭୟଭୀତ ହୋଇଯାଇଛନ୍ତି। ଏବେ ଉକ୍ତ ବ୍ୟକ୍ତି ଜଣଙ୍କ ହୋମ କ୍ୱାରେଣ୍ଟାଇନରେ ଥିବା ସୂଚନା ମିଳିଛି।

ସେପଟେ ମୁମ୍ବାଇ, ପୁଣେ, ଚେନ୍ନାଇ,ଅହମ୍ମଦାବାଦରେ କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା ଲଗାତାର ବୃଦ୍ଧି ପାଉଛି । ଏବେ ସୁଦ୍ଧା ଦେଶରେ କରୋନାରେ ୩ଶହରୁ ଅଧିକ ନୂଆ ମାମଲା ଚିହ୍ନଟ ହୋଇଛି । ଜେଏନ୍‌ ଡଟ୍‌ ୱାନ୍‌ ହେଉଛି ଓମିକ୍ରନର ଉପପ୍ରଜାତି । ଯାହାର ଲକ୍ଷଣ କରୋନାର ଅନ୍ୟ ପ୍ରଜାତି ପରି ରହିଛି ତେବେ ଆଗକୁ ଏହାର ସଂଖ୍ୟା ଦ୍ରୁତ ଗତିରେ ବଢ଼ିବା ନେଇ ସ୍ୱାସ୍ଥ୍ୟ ବିଶେଷଜ୍ଞ ଆଶଙ୍କା ପ୍ରକାଶ କରିଛନ୍ତି । ମେ ୨୦ ତାରିଖରେ ମୁମ୍ବାଇରେ ୨ ଆକ୍ରାନ୍ତଙ୍କ ମୃତ୍ୟୁ କୋଭିଡ୍‌-୧୯ରେ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା