Masthead

ଫରେଷ୍ଟରଙ୍କୁ ଗୁଳି କରି ପହତ୍ୟା

ଢେଙ୍କାନାଳ (ବଡ଼ ଖବର ବ୍ୟୁରୋ): ଢେଙ୍କାନାଳ ହିନ୍ଦୋଳ ରେଞ୍ଜର ଫରେଷ୍ଟରଙ୍କୁ ହତ୍ୟା । ଶିକାରୀ ଗୁଳିରେ ୩୭ ବର୍ଷିୟ ଫରେଷ୍ଟର ପ୍ରହ୍ଲାଦ ପ୍ରଧାନଙ୍କ ମୃତ୍ୟୁ ହୋଇଛି । ରାଜମୋହନପୁର ଗାଁ ନିକଟରେ ଗୁଳି କରି ହତ୍ୟା କରାଯାଇଛି । ପାଟ୍ରୋଲିଂ ବେଳେ ପ୍ରହ୍ଲାଦଙ୍କୁ ଗୁଳି କରିଥିଲେ ଶିକାରୀ । ମୁଖ୍ୟ ଚିକିତ୍ସାଳୟରେ ମୃତ ଘୋଷଣା କଲେ ଡାକ୍ତର । ମୃତ ଫରେଷ୍ଟ ଗାର୍ଡଙ୍କ ସହ ମୋଟ ୧୩ ଜଣ ଜଙ୍ଗଲରେ ପାଟ୍ରୋଲିଂ କରୁଥିବା ସମୟରେ ଶିକାରୀମାନେ ଗୁଳି ଚାଳନା କରିଥିଲେ। ଗୁଳି ପ୍ରହ୍ଲାଦଙ୍କ ପେଟରେ ବାଜିଥିଲା ।

ଯାହା ଫଳରେ ସେଠାରେ ଉପସ୍ଥିତ ଥିବା ଅନ୍ୟ କର୍ମଚାରୀମାନେ ଗୁରୁତର ଅବସ୍ଥାରେ ତୁରନ୍ତ ତାଙ୍କୁ ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ । ହେଲେ ଡାକ୍ତର ତାଙ୍କୁ ସେଠାରେ ମୃତ ଘୋଷଣା କରିଥିଲେ । ପାଟ୍ରୋଲିଂ ବେଳେ ଫରେଷ୍ଟ ଗାର୍ଡ ପ୍ରହ୍ଲାଦଙ୍କୁ ଗୁଳି ମାଡ କରିବା ବେଳେ ନିକଟରେ ଥିବା ଅନ୍ୟ କର୍ମଚାରୀମାନେ ତୁରନ୍ତ ୪ ଶିକାରୀଙ୍କୁ କାବୁ କରିଥିଲେ । କିନ୍ତୁ ଅନ୍ୟ କିଛି ଶିକାରୀ ଫରେଷ୍ଟରଙ୍କ ହାତକୁ ଆସିବା ପୂର୍ବରୁ ହିଁ ଫେରାର ହୋଇ ଯାଇଥିଲେ । ସେମାନଙ୍କ ପାଖରୁ କିଛି ବନ୍ଧୁକ ଜବତ ହୋଇଥିବା ବେଳେ ସେମାନଙ୍କୁ ଅଟକ ରଖା ଯାଇ ଅଧିକ ଜେରା କରାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା