Masthead

ଶୁଭମନ ଗିଲ ଟେଷ୍ଟ ଟିମ କ୍ୟାପଟେନ

ମୁମ୍ବାଇ (ବଡ଼ ଖବର ବ୍ୟୁରୋ): ଇଂଲଣ୍ଡ ଗସ୍ତ ପାଇଁ ଘୋଷଣା ହେଲା ଭାରତୀୟ କ୍ରିକେଟ ଟିମ୍‌ । ଶୁବମନ ଗିଲ୍ ଭାରତୀୟ ଦଳର ନୂଆ ଅଧିନାୟକ । ରିଷବ ପନ୍ତ ହେଲେ ଉପ-ଅଧିନାୟକ । ଟେଷ୍ଟ ଟିମ୍ ନାଁ ଘୋଷଣା କଲା ବିସିସିଆଇ । ୧୮ ଜଣିଆ ଭାରତୀୟ ଦଳ ଘୋଷଣା କରାଯାଇଛି । ଟେଷ୍ଟ ଟିମକୁ ଫେରିଛନ୍ତି କରୁଣା ନାୟାର ।

ଜୟସ୍ବାଲ, କେ.ଏଲ୍ ରାହୁଲ, ସାଇ ସୁଦର୍ଶନ, ଅଭିମନ୍ୟୁ ଇଶ୍ବରନ, କରୁଣ ନାୟର, ନୀତିଶ ରେଡ୍ଡୀ, ରବିନ୍ଦ୍ର ଜାଡେଜା, ଧ୍ରୁବ ଜୁରେଲ, ୱାଶିଂଟନ ସୁନ୍ଦର, ଶାର୍ଦ୍ଦୁଳ ଠାକୁର, ଯଶପ୍ରୀତ ବୁମରା, ମହମ୍ମଦ ସିରାଜ, ପ୍ରସିଦ୍ଧ କ୍ରିଷ୍ଣା, ଆକାଶଦୀପ, ଅର୍ଶଦୀପ ସିଂହ, କୁଲଦୀପ ଯାଦବ ଟିମରେ ସିଲେକ୍ଟ ହୋଇଛନ୍ତି । ମୁଖ୍ୟ ଚୟନକର୍ତ୍ତା ଅଜିତ ଅଗରକର ବୋର୍ଡ ପକ୍ଷରୁ ଏକ ସାମ୍ବାଦିକ ସମ୍ମିଳନୀ ଏହି ଘୋଷଣା କରିଛନ୍ତି।

ରୋହିତ ଶର୍ମାଙ୍କ ଟେଷ୍ଟ କ୍ରିକେଟରୁ ଅବସର ପରେ, ଗିଲ ଏବେ ତାଙ୍କ ସ୍ଥାନ ନେଇଛନ୍ତି। ଜୁନ ମାସରେ, ଭାରତୀୟ ଦଳ ୫ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ପାଇଁ ଇଂଲଣ୍ଡ ଗସ୍ତ କରିବାକୁ ଯାଉଛି। ଏହି ସମୟ ମଧ୍ୟରେ, ଗିଲ ଭାରତର ନୂତନ ଅଧିନାୟକ ଭାବରେ ଦାୟିତ୍ୱ ନେବେ। ରିଷଭ ପନ୍ତଙ୍କୁ ଦଳର ଉପ-ଅଧିନାୟକ କରାଯାଇଛି।

ବାଦ୍‌ ପଡ଼ିଲେ ସର୍ଫରାଜ, ହର୍ଷିତ ରାଣା । ଫେରିଲେ କରୁଣ ନାୟର । ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ଦଳକୁ ଫେରିଲେ କରୁଣ ନାୟର । ସେହ୍ବାଗ ପରେ ୨ୟ ଭାରତୀୟ ଭାବେ ଟେଷ୍ଟରେ ତ୍ରିଶତକ କରିଥିଲେ । କ୍ୟାରିୟର ତୃତୀୟ ଟେଷ୍ଟରେ ତ୍ରିଶତକ ସତ୍ତ୍ବେ ଦଳକୁ ଫେରି ନଥିଲେ । ୬ଟି ଟେଷ୍ଟ ଖେଳି ଷ୍ଟାରଙ୍କ ଭିଡ଼ ଭିତରେ ହଜି ଯାଇଥିଲେ ନାୟର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ