Masthead

ଡିଭାଇଡରରେ ଧକ୍କା ହୋଇ ଟ୍ରକକୁ ପିଟିଲା କାର୍‌

ସମ୍ୱଲପୁର (ବଡ଼ ଖବର ବ୍ୟୁରୋ): ଡିଭାଇଡରରେ ଧକ୍କା ହୋଇ ଟ୍ରକକୁ ପିଟିଲା କାର୍‌, ୨ ମୃତ । କାର୍‌ରେ ଥିବା ୪ ଜଣଙ୍କ ମଧ୍ୟରୁ ୨ ମୃତ, ଆଉ ୨ ଗୁରୁତର । ଏଭଳି ଅଭାବନୀୟ ଘଟଣା ଘଟିଛି ବୁର୍ଲା ଥାନା ଲଡୁଖାଇ ନିକଟରେ । ଦୁର୍ଘଟଣାରେ ଗୁରୁତର ୨ ଜଣ ବୁର୍ଲା ଭିମସାରରେ ଭର୍ତ୍ତି କରଯାଇଛି । ଏହି ଦୁର୍ଘଟଣାରେ ଗୋଡଭଗା ଅଞ୍ଚଳର ମନୀଷ ଯାଦବ, ସୁବ୍ରତ ସାହୁ ପ୍ରାଣ ହରାଇଥିବା ବେଳେ ସୌରଭ ଗୁପ୍ତା ଏବଂ ଆକାଶ ପଟ୍ଟନାୟକ ଗୁରୁତର ହୋଇଛନ୍ତି । ଗୁରୁତରଙ୍କୁ ଉଦ୍ଧାର କରି ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।

ସୂଚନା ମୁତାବକ, ରାତି ପ୍ରାୟ ୧୧ଟା ହେବ ଏକ କାର୍‌ରେ ୪ ଜଣ ଯୁବକ ସମ୍ବଲପୁରରୁ ଗୋଡ଼ଭଗା ଅଭିମୁଖେ ଫେରୁଥିବା ବେଳେ ଗୋଶାଳା ନିକଟ ଏକ ଢ଼ାବାରେ ଖାଇଥିଲେ । ସେଠାରୁ ବାହାରି ଗୋଡ଼ଭଗା ଫେରିବା ବେଳେ ଲଡୁଖାଇ ନିକଟରେ ଭାରସାମ୍ୟ ହରାଇ କାର୍‌ଟି ରାସ୍ତା ଡ଼ିଭାଇଡର୍‌ରେ ପିଟି ହୋଇ ଓଲଟି ପଡି ଏକ ଟ୍ରକ୍‌ ସହ ଧକ୍କା ହୋଇଥିଲା । ଫଳରେ ଘଟଣାସ୍ଥଳରେ ୨ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଆଉ ଦୁଇ ଜଣ ଗୁରୁତର ହୋଇଥିଲେ । ଏହା ଦେଖି ସ୍ଥାନୀୟଲୋକେ ତୁରନ୍ତ ପୁଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣା ସ୍ଥଳରେ ପୁଲିସ ପହଞ୍ଚି ମୃତଦେହ ଜବତ କରି ଗୁରୁତରଙ୍କୁ ଡାକ୍ତରଖାନାକୁ ସ୍ଥାନାନ୍ତର କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା