Masthead

ଆଜିଠୁ ପ୍ରବଳ ବର୍ଷା!

ଭୁୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ୨୭ ତାରିଖରେ ପଶ୍ଚିମ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇପାରେ । ଏହା ପ୍ରଭାବରେ ରାଜ୍ୟରେ ଭଲବର୍ଷା ହେବ । କିଛି ସ୍ଥାନରେ ଭାରି ବର୍ଷା ହୋଇପାରେ । ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ଅଛି। ପାଣିପାଗ ବିଭାଗ ଏହାକୁ ନେଇ ସତର୍କ କରାଇଛି । ବର୍ଷା ନେଇ ସୋମବାର ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି । ଆଗାମୀ ୭ ଦିନ ଯାଏଁ ବର୍ଷା ଲାଗି ରହିବ । ଆସନ୍ତା ୨୪ ଘଣ୍ଟାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ନେଇ ସତର୍କତା ଜାରି ହୋଇଛି ।

କୋରାପୁଟ, ରାୟଗଡ଼ା, ଗଜପତି, କଳାହାଣ୍ଡି, କନ୍ଧମାଳ, ନୂଆପଡା, ଖୋର୍ଦ୍ଧା, ପୁରୀ କଟକ, ଜଗତସିଂହପୁର, ଯାଜପୁର, ଭଦ୍ରକ, କେନ୍ଦ୍ରାପଡା, ବାଲେଶ୍ୱର କେନ୍ଦୁଝର ଓ ମୟୁରଭଞ୍ଜ ଏହି ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଅବଶିଷ୍ଟ ୧୪ ଜିଲ୍ଲାରେ ବିଜୁଳି ଘଡଘଡି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏହିସବୁ ଜିଲ୍ଲାରେ ୪୦ ରୁ ୫୦ କିମି ଝଟକା ପବନ ବହିବାର ସମ୍ଭାବନା ରହିଥିବା ସୂଚନା ଦେଇଛି ପାଣିପାଗ ବିଭାଗ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ଦେଶବ୍ୟାପୀ ଶ୍ରମିକ ସଙ୍ଗଠନର ‘ଭାରତ ବନ୍ଦ’ ଡାକରା 🔴 ନୀଳକନ୍ଦରକୁ ବିଜେ କଲେ ନୀଳମଣି, ଆଜିଠୁ ଭକ୍ତଙ୍କୁ ମିଳିବ ନୀଳାଚଳ ଅବଢ଼ା 🔴 ଜନ୍ମବେଦୀରେ ସରିଲା ଲୀଳାଖେଳା, ନୀଳକନ୍ଦରକୁ ଫେରିବେ ନୀଳମଣି 🔴 ରାଜ୍ୟରେ ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ 🔴 ମନମୋହନ ରିପିଟ୍ 🔴 ଗଞ୍ଜାମରେ ଡାଇରିଆ ଆତଙ୍କ 🔴 ଆଜି ଅଧରପଣା ନୀତି 🔴 ଭାଙ୍ଗିଲା ରଥ ଚକ, ଭକ୍ତଙ୍କ କାନ୍ଧରେ ଗଲେ ଜଗନ୍ନାଥ 🔴 ଖୋଲିଲା ହୀରାକୁଦ ଗେଟ୍ 🔴 ୧୨ ଘଣ୍ଟାରେ ଲଘୁଚାପ! 🔴 ଆଜି ଦେଶବ୍ୟାପୀ ଶ୍ରମିକ ସଙ୍ଗଠନର ‘ଭାରତ ବନ୍ଦ’ ଡାକରା 🔴 ନୀଳକନ୍ଦରକୁ ବିଜେ କଲେ ନୀଳମଣି, ଆଜିଠୁ ଭକ୍ତଙ୍କୁ ମିଳିବ ନୀଳାଚଳ ଅବଢ଼ା 🔴 ଜନ୍ମବେଦୀରେ ସରିଲା ଲୀଳାଖେଳା, ନୀଳକନ୍ଦରକୁ ଫେରିବେ ନୀଳମଣି 🔴 ରାଜ୍ୟରେ ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ 🔴 ମନମୋହନ ରିପିଟ୍ 🔴 ଗଞ୍ଜାମରେ ଡାଇରିଆ ଆତଙ୍କ 🔴 ଆଜି ଅଧରପଣା ନୀତି 🔴 ଭାଙ୍ଗିଲା ରଥ ଚକ, ଭକ୍ତଙ୍କ କାନ୍ଧରେ ଗଲେ ଜଗନ୍ନାଥ 🔴 ଖୋଲିଲା ହୀରାକୁଦ ଗେଟ୍ 🔴 ୧୨ ଘଣ୍ଟାରେ ଲଘୁଚାପ!