Masthead

ବଢ଼ୁଛି କୋଭିଡ୍, ୧ହଜାରରୁ ଉର୍ଦ୍ଧ ଟପିଲାଣି ଆକ୍ରାନ୍ତଙ୍କ ସଂଖ୍ୟା

ପୁଣି କଡଲେଉଟାଇବାରେ ଲାଗିଛି କରୋନା ଭାଇରସ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ  ):

ଭାରତରେ ବଢ଼ୁଛି କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା । ପୁଣି କଡଲେଉଟାଇବାରେ ଲାଗିଛି କରୋନା ଭାଇରସ । ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟରୁ ସୂଚନା ମିଳିଛି ଯେ ଦିଲ୍ଲୀ, ମୁମ୍ବାଇ ଓ କେରଳରେ କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ଏହା ସହିତ ଆକ୍ରାନ୍ତଙ୍କ ସଂଖ୍ୟା ୧୦୦୦ ପାର କଲାଣି । ଏଯାଏଁ ଏହାର ନିୟନ୍ତ୍ରଣ ପାଇଁ କୌଣସି ଗାଇଡଲାଇନ୍ କେନ୍ଦ୍ର ସରକାରଙ୍କ ଦ୍ୱାରା ଜାରି କରାଯାଇନାହିଁ । ହଠାତ୍ କେରଳ, କଣ୍ଣାଟକ, ଦିଲ୍ଲୀ, ମହାରାଷ୍ଟ୍ର, ଆନ୍ଧ୍ରପ୍ରଦେଶ, ତାମିଲନାଡୁ ଭଳି ରାଜ୍ୟରେ ବୃଦ୍ଧି ପାଇବାରେ ଲାଗିଛି । କରୋନା ରାଜ୍ୟ ମାନଙ୍କରେ କୋଭିଡ ପାଇଁ ଡାକ୍ତରଖାନା ଗୁଡିକ ପ୍ରସ୍ତୁତ ରଖାଯାଇଛି । ଭାରତୀୟ SARS-CO-02 ଜେନୋମିକ୍ସ କନ୍ସୋଟିୟମ୍ ତଥ୍ୟ ଅନୁଯାୟୀ NB.1.8.1 ଏବଂ LF.7 ଦୁଇଟି ନୂତନ ଭାରିଆଣ୍ଟ ଚିହ୍ନଟ ହୋଇଛି । ଦେଶର ଅତିକମ୍ରେ ୨୦ଟି ରାଜ୍ୟରେ ଏବଂ କେନ୍ଦ୍ର ଶାସିତ ଅଞ୍ଚଳରେ ଆଜି ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ପ୍ରଥମ ଥର ପାଇଁ ନୂଆଦିଲ୍ଲୀରେ ୨୩ ଜଣ କୋଭିଡ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ବତ୍ତମାନ କର୍ଣ୍ଣାଟକର ବେଙ୍ଗାଲୁରୁ ସାଜିଛି ହଟ୍ସ୍ପଟ୍ । କେରଳରେ ଡାକ୍ତରଖାନା ମାନଙ୍କରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା