Masthead

୫ଦିନ ଯାଏ ବର୍ଷା, ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ପଶ୍ଚିମ କେନ୍ଦ୍ରୀୟ ଓ ତାର ପା‍ର୍ଶ୍ବବର୍ତ୍ତୀ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ଆକଳନ କରିଛି । ଲଘୁଚାପ ସୃଷ୍ଟି ହେବାର ୨ଦିନ ଭିତରେ ଏହା ଅଧିକ ଘନୀଭୂତ ହୋଇ ରାଜ୍ୟରେ ପ୍ରବଳ ବର୍ଷା କରାଇବ ନେଇ ପୂର୍ବାନୁମାନ କରିଛି ବିଭାଗ । ମଙ୍ଗଳବାର ପଶ୍ଚିମ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଅଛି ।

ଏହା ପ୍ରଭାବରେ ଉପକୂଳ ଓଡ଼ିଶା ସମେତ ଉତ୍ତର ଓଡ଼ିଶା, ସୁନ୍ଦରଗଡ଼ ଓ ଦେବଗଡ଼ରେ ଭଲ ବର୍ଷା ହେବ । ଆଗକୁ ବର୍ଷା ହେବାର ଥିବାରୁ ୨୯ ତାରିଖ ସୁଦ୍ଧା ଓଡ଼ିଶାରେ ମୌସୁମୀ ପହଞ୍ଚିଯିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ମଙ୍ଗଳବାର ଦକ୍ଷିଣ ଓଡ଼ିଶାରେ ଭାରି ବର୍ଷା ସମ୍ଭାବନା ଅଛି । କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ରାୟଗଡ଼ା, ଗଜପତି, କଳାହାଣ୍ଡି ଓ କନ୍ଧମାଳରେ ଭାରି ବର୍ଷା ହୋଇପାରେ ।

ନୂଆପଡ଼ା, ବଲାଙ୍ଗିର, ବୌଦ୍ଧ, ସୋନପୁର, ନୟାଗଡ଼, ଗଞ୍ଜାମ, ଖୋର୍ଦ୍ଧା ଓ ପୁରୀରେ ଘଡ଼ଘଡ଼ି ଓ ବର୍ଷା ସହିତ ୩୦ରୁ ୪୦କିମି ବେଗରେ ପବନ ବହିବ ବୋଲି ପାଣିପାଗ ବିଭାଗ ସତର୍କତା ଜାରି କରିଛି । ଏପଟେ ରାଜ୍ୟରେ କାଳବୈଶାଖୀ ସହ ପ୍ରାକ ମୌସୁମୀ ବର୍ଷା ବିଭିନ୍ନ ସ୍ଥାନରେ ହେଉଥିବାବେଳେ ଆଗାମୀ ୫ଦିନ ଯାଏ ବର୍ଷା ଲାଗିରହିବ । କାଳବୈଶାଖୀ ନେଇ ଆଜି ପାଇଁ ୧୫ ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା