Masthead

୫ଦିନ ଯାଏ ବର୍ଷା, ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ପଶ୍ଚିମ କେନ୍ଦ୍ରୀୟ ଓ ତାର ପା‍ର୍ଶ୍ବବର୍ତ୍ତୀ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ଆକଳନ କରିଛି । ଲଘୁଚାପ ସୃଷ୍ଟି ହେବାର ୨ଦିନ ଭିତରେ ଏହା ଅଧିକ ଘନୀଭୂତ ହୋଇ ରାଜ୍ୟରେ ପ୍ରବଳ ବର୍ଷା କରାଇବ ନେଇ ପୂର୍ବାନୁମାନ କରିଛି ବିଭାଗ । ମଙ୍ଗଳବାର ପଶ୍ଚିମ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଅଛି ।

ଏହା ପ୍ରଭାବରେ ଉପକୂଳ ଓଡ଼ିଶା ସମେତ ଉତ୍ତର ଓଡ଼ିଶା, ସୁନ୍ଦରଗଡ଼ ଓ ଦେବଗଡ଼ରେ ଭଲ ବର୍ଷା ହେବ । ଆଗକୁ ବର୍ଷା ହେବାର ଥିବାରୁ ୨୯ ତାରିଖ ସୁଦ୍ଧା ଓଡ଼ିଶାରେ ମୌସୁମୀ ପହଞ୍ଚିଯିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ମଙ୍ଗଳବାର ଦକ୍ଷିଣ ଓଡ଼ିଶାରେ ଭାରି ବର୍ଷା ସମ୍ଭାବନା ଅଛି । କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ରାୟଗଡ଼ା, ଗଜପତି, କଳାହାଣ୍ଡି ଓ କନ୍ଧମାଳରେ ଭାରି ବର୍ଷା ହୋଇପାରେ ।

ନୂଆପଡ଼ା, ବଲାଙ୍ଗିର, ବୌଦ୍ଧ, ସୋନପୁର, ନୟାଗଡ଼, ଗଞ୍ଜାମ, ଖୋର୍ଦ୍ଧା ଓ ପୁରୀରେ ଘଡ଼ଘଡ଼ି ଓ ବର୍ଷା ସହିତ ୩୦ରୁ ୪୦କିମି ବେଗରେ ପବନ ବହିବ ବୋଲି ପାଣିପାଗ ବିଭାଗ ସତର୍କତା ଜାରି କରିଛି । ଏପଟେ ରାଜ୍ୟରେ କାଳବୈଶାଖୀ ସହ ପ୍ରାକ ମୌସୁମୀ ବର୍ଷା ବିଭିନ୍ନ ସ୍ଥାନରେ ହେଉଥିବାବେଳେ ଆଗାମୀ ୫ଦିନ ଯାଏ ବର୍ଷା ଲାଗିରହିବ । କାଳବୈଶାଖୀ ନେଇ ଆଜି ପାଇଁ ୧୫ ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ