ଭାରତ ଆଗରେ ମୁଣ୍ଡ ନୁଆଁଇଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ପୁଣି ଭାରତ ଆଗରେ ମୁଣ୍ଡ ନୁଆଁଇଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ । ଭାରତ ସହ ଶାନ୍ତି ଆଲୋଚନା ଚାହୁଁ କହିଲେ ଶେହୱାଜ୍ ସରିଫ୍ । ଆତଙ୍କବାଦ ଉପରେ କଥାବାର୍ତ୍ତା ପାଇଁ ଆମେ ପ୍ରସ୍ତୁତ । ବାଣିଜ୍ୟ, ସୀମା ପ୍ରସଙ୍ଗରେ ବି ଆଲୋଚନା ଚାହୁଁଛୁ । ସିନ୍ଧୁ ଜଳ ଚୁକ୍ତିକୁ ନେଇ ଏବେ ଭାରତ ସହ କଥା ହେବାକୁ ରାଜି ହୋଇଛନ୍ତି ସେହବାଜ । ଇରାନ୍‌ ଗସ୍ତରେ ଥିବା ସେହବାଜ ସରିଫ ସେଠାରେ କହିଛନ୍ତି, ଭାରତ ସହ ସବୁ ପ୍ରସଙ୍ଗରେ ଆଲୋଚନା କରିବାକୁ ପ୍ରସ୍ତୁତ ଅଛନ୍ତି । ଅପରେସନ୍ ସିନ୍ଦୂରର ସଫଳତା ପରେ ପାକିସ୍ତାନକୁ ଅନ୍ତରାଷ୍ଟ୍ରୀୟ ସ୍ତରରେ ଘେରିବାକୁ ଲାଗିଛି ଭାରତ ।

ଆତଙ୍କବାଦ ପ୍ରସଙ୍ଗ, ପହଲଗାମ ଆକ୍ରମଣ, ପାକିସ୍ତାନର ଆତଙ୍କୀ ପ୍ରେମ ଓ ଭାରତର ଅପରେସନ୍ ସିନ୍ଦୂରର ସଫଳତା ନେଇ ବିଭିନ୍ନ ଦେଶରେ ଆଲୋଚନା କରୁଛନ୍ତି ଭାରତୀୟ ପ୍ରତିନିଧି ଦଳ । ଆଉ ଭାରତର ଏଭଳି କଡ଼ା ଆଭିମୁଖ୍ୟ ଦେଖି ନିଜ ଛବି ସୁଧାରିବାକୁ ଚାହୁଛି ପାକିସ୍ତାନ । ଏହି ପରିପ୍ରେକ୍ଷୀରେ ଭାରତ ସହ ଆଲୋଚନା କରିବାକୁ ପ୍ରସ୍ତାବ ଦେଇଛନ୍ତି ପାକିସ୍ତାନ ପ୍ରଧାନମନ୍ତ୍ରୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!