ପୁଣି ମକଡ୍ରିଲ୍, ଏଥର ଏହି ରାଜ୍ୟରେ…

ଚାରୋଟି ରାଜ୍ୟରେ ପୁଣିଥରେ ଆରମ୍ଭ ହେବାକୁ ଯାଉଛି ନାଗରିକ ପ୍ରତିରକ୍ଷା ମକ୍ ଡ୍ରିଲ୍

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ) :ପୁଣି ହେବ ମକଡ୍ରିଲ । ଗୁରୁବାରଠାରୁ ପାକିସ୍ତାନ ସୀମାବର୍ତ୍ତୀ ଚାରୋଟି ରାଜ୍ୟରେ ପୁଣିଥରେ ଆରମ୍ଭ ହେବାକୁ ଯାଉଛି ନାଗରିକ ପ୍ରତିରକ୍ଷା ମକ୍ ଡ୍ରିଲ୍ । ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ ଗୃହ ମନ୍ତ୍ରାଳୟର ନିର୍ଦେଶ ଅନୁଯାଇ ଦେଶରେ ୨୪୪ଟି ଜିଲ୍ଲାରେ ମକ୍ ଡ୍ରିଲ୍ କରାଯାଇଥିଲା । ବର୍ତ୍ତମାନ ପାକିସ୍ତାନ ସୀମାବର୍ତ୍ତୀ ଗୁଜୁରାଟ, ରାଜସ୍ଥାନ, ପଞ୍ଜାବ, ଓ ଜମ୍ମୁ କାଶ୍ମୀରରେ ହେବ ମକ୍ ଡ୍ରିଲ୍ ।

ଏହାସହ ହରିଆଣା ସରକାର ମଧ୍ୟ ରାଜ୍ୟର ଜରୁରୀକାଳୀନ ପ୍ରସ୍ତୁତି ଏବଂ ପ୍ରତିକ୍ରିୟା କ୍ଷମତାକୁ ବୃଦ୍ଧି କରିବା ପାଇଁ ମେ ୨୯ ତାରିଖରେ ସନ୍ଧ୍ୟା ୫ଟାରୁ ୨୨ଟି ଜିଲ୍ଲାରେ ‘ଅପରେସନ୍ ସିଲ୍ଡ’ ନାମକ ଏକ ପ୍ରମୁଖ ରାଜ୍ୟସ୍ତରୀୟ ନାଗରିକ ପ୍ରତିରକ୍ଷା ଅଭ୍ୟାସ କରିବାକୁ ନିଷ୍ପତ୍ତି ନେଇଛନ୍ତି । ଆତଙ୍କବାଦୀଙ୍କ ପହଲଗାମ ଆକ୍ରମଣ ପରେ ଭାରତ ପକ୍ଷରୁ କରାଯାଇଥିଲା ଅପରେସନ ସିନ୍ଦୂର । ଭାରତର ଆକ୍ରମଣରେ ପାକିସ୍ତାନର ଅନେକ କ୍ଷୟକ୍ଷତି ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ