Masthead

ED ଡେପୁଟି ଡାଇରେକ୍ଟର ଚିନ୍ତନ ରଘୁବଂଶୀ ଗିରଫ

ଭୁବନେଶ୍ୱର( ବଡ଼ ଖବର ବ୍ୟୁରୋ): ଲାଞ୍ଚ ନେବା ଅଭିଯୋଗରେ ଗିରଫ ହେଲେ ଇଡି ଡେପୁଟି ଡ଼ାଇରେକ୍ଟର ଚିନ୍ତନ ରଘୁବଂଶୀ। ଜେରା ବେଳେ ଲାଞ୍ଚ ଟଙ୍କା ସମ୍ପର୍କରେ ସ୍ପଷ୍ଟ ସୂଚନା ଦେଇନପାରିବାରୁ ଗିରଫ କଲା ସିବିଆଇ । ରାତି ତମାମ ଜେରା କରିଥିଲା ସିବିଆଇ । ଲାଞ୍ଚ ନେଇ ଇଡି ଡେପୁଟି ଡାଇରେକ୍ଟର ଗୁରୁବାର ସିବିଆଇ ହାତରେ ଧରାପଡିଥିଲେ । ଚିନ୍ତନ ରଘୁବଂଶୀ ଗତକାଲି ଜଣେ ଖଣି ବ୍ୟବସାୟୀଙ୍କ କେସ୍ ରଫାଦଫା କରିବା ପାଇଁ ୨୦ଲକ୍ଷ ଲାଞ୍ଚ ନେଉଥିଲେ । ଢେଙ୍କାନାଳ ଅଞ୍ଚଳର ଖଣି ବ୍ୟବସାୟୀ ଏନେଇ ସିବିଆଇକୁ ସୂଚନା ଦେଇଥିଲେ ।

ବିଶ୍ୱସ୍ତ ସୂତ୍ରରୁ ଖବର ପାଇବା ପରେ ଚଢ଼ାଉ କରାଯାଇଥିଲା । ଗତ ଜାନୁଆରୀ ୮ ତାରିଖରେ ଖଣି ଦୁର୍ନୀତିକୁ କେନ୍ଦ୍ର କରି ରାଜ୍ୟରେ ଏକାଧିକ ସ୍ଥାନରେ ରେଡ଼ ହୋଇଥିଲା । ସେହି କେସ୍‌କୁ ଚାପିବା ପାଇଁ ୧ କୋଟି ଟଙ୍କାର ଡିଲ୍ ହୋଇଥିଲା । ୨୦ଲକ୍ଷ ଟଙ୍କା ନେଉଥିବା ବେଳେ ପ୍ରଥମେ ମିଡ଼ିଲମ୍ୟାନକୁ ଧରାଯାଇଥିଲା । ତାଠାରୁ ମିଳିଥିବା ସୂଚନା ଆଧାରରେ ଇଡି ଡେପୁଟି ଡାଇରେକ୍ଟରଙ୍କୁ କାବୁ କରାଯାଇଥିଲା । ତାଙ୍କୁ ଆଜି ଗିରଫ କରାଯାଇଥିବା ସିବିଆଇ ସୂଚନା ଦେଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା