Masthead

ଆଜି ବାଜିବ ଯୁଦ୍ଧ ସାଇରନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ପୁଣି ବାଜିବ ସାଇରନ । ପୁଣି ହେବ ବ୍ଲାକଆଉଟ୍ । ଆଗକୁ ହେବ କି ଯୁଦ୍ଧ । ଭାରତ-ପାକିସ୍ତାନ ସୀମାରେ ଉତ୍ତେଜନା ଓ ରାଜନୈତିକ ହଲଚଲ ଭିତରେ ପୁଣିଥରେ ଦେଶର ସୁରକ୍ଷାକୁ ନେଇ ଚର୍ଚ୍ଚା ।୪ ରାଜ୍ୟ ଓ ୨ UTରେ ହେବ ‘ଅପରେସନ ସିଲ୍ଡ’ ।ଅପରେସନ ସିଲ୍ଡ ଅନ୍ତର୍ଗତ ଆଜି ଜମ୍ମୁ-କାଶ୍ମୀର, ପଞ୍ଜାବ, ରାଜସ୍ଥାନ, ଗୁଜରାଟ ହରିୟାଣା ଓ ଚଣ୍ଡିଗଡ଼ରେ ହେବ ମକଡ୍ରିଲ୍‌ । ସମ୍ଭାବ୍ୟ ଏୟାର ଷ୍ଟ୍ରାଇକ୍ ଓ ଡ୍ରୋନ୍ ଆକ୍ରମଣର ମୁକାବିଲା ପାଇଁ ଏସବୁ ରାଜ୍ୟକୁ ଅପରେସନ୍ ସିଲ୍ଡରେ ସାମିଲ କରାଯିବ । ସନ୍ଧ୍ୟା ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ ସବୁ ଜିଲ୍ଲାରେ ସିଭିଲ ଡିଫେନ୍ସ ଏକ୍ସରସାଇଜ୍ କରାଯିବ, ଯେଉଁଥିରେ ୩୨ହଜାର ସିଭିଲ ଡିଫେନ୍ସ ସ୍ୱେଚ୍ଛାସେବୀ ଯୋଗଦେବେ ।

ସମସ୍ତ ଗୁରୁତ୍ୱପୂର୍ଣ୍ଣ ସ୍ଥାନ ଗୁଡ଼ିକରେ ରାତି ୮ଟାରୁ ୮ଟା ୧୫ ପର୍ୟ୍ୟନ୍ତ ୧୫ ମିନିଟ୍ ବ୍ଲାକଆଉଟ୍ ହେବ । ବର୍ତ୍ତମାନର ଜରୁରୀକାଳୀନ ବ୍ୟବସ୍ଥାର ପରୀକ୍ଷଣ କରିବା, ବେସାମରିକ ପ୍ରଶାସନ, ପ୍ରତିରକ୍ଷା ବାହିନୀ ଏବଂ ସ୍ଥାନୀୟ ସମୁଦାୟ ମଧ୍ୟରେ ସମନ୍ୱୟରେ ଉନ୍ନତି ଆଣିବା ହେଉଛି ଏହି ଅଭ୍ୟାସର ଉଦ୍ଦେଶ୍ୟ । ଏହାଦ୍ୱାରା ଯେକୌଣସି ସଙ୍କଟର ତ୍ୱରିତ ଓ ପ୍ରଭାବୀ ମୁକାବିଲା ସୁନିଶ୍ଚିତ ହୋଇପାରିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା 🔴 ପୁରୀରେ ଖଜା ଗୋଦାମରେ ରେଡ୍ 🔴 ହନୁମାନ ଛକରେ ଗୁଳିକାଣ୍ଡ 🔴 ଘାଇ ଆଣିଲା ବିପଦ 🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’ 🔴 ସୋରୋରେ ବନ୍ୟା ସ୍ଥିତି 🔴 ଆସୁଛି ଆଉ ଏକ ଲଘୁଚାପ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା 🔴 ପୁରୀରେ ଖଜା ଗୋଦାମରେ ରେଡ୍ 🔴 ହନୁମାନ ଛକରେ ଗୁଳିକାଣ୍ଡ 🔴 ଘାଇ ଆଣିଲା ବିପଦ 🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’ 🔴 ସୋରୋରେ ବନ୍ୟା ସ୍ଥିତି 🔴 ଆସୁଛି ଆଉ ଏକ ଲଘୁଚାପ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ