Masthead

ବ୍ରହ୍ମପୁର R&B ଡିଭିଜନ AEEଙ୍କ ଘରେ ଭିଜିଲାନ୍ସ ରେଡ୍

ବ୍ରହ୍ମପୁର(ବଡ଼ ଖବର ବ୍ୟୁରୋ): ଭିଜିଲାନ୍ସ ଜାଲରେ ଆଉ ଜଣେ ବାବୁ । ବ୍ରହ୍ମପୁର ଆର ଆଣ୍ଡ ବି ଡିଭିଜନ ଏଇଇଙ୍କ ଘରେ ଭିଜିଲାନ୍ସ ରେଡ୍ । ସହକାରୀ କାର୍ୟ୍ୟନିର୍ବାହୀ ଯନ୍ତ୍ରୀ ଏନ୍‌.ଦିଲ୍ଲୀପ ଚୌଧୁରୀଙ୍କ ଘରେ ଚାଲିଛି ଭିଜିଲାନ୍ସ ରେଡ୍‌ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚାଲିଛି ରେଡ୍‌ । ବ୍ରହ୍ମପୁର ଓ ଭୁବନେଶ୍ବର ସମେତ ଏକକାଳୀନ ୪ଟି ସ୍ଥାନରେ ଚାଲିଛି ରେଡ୍‌ । ବ୍ରହ୍ମପୁର ଧର୍ମନଗର, ମୟୂରୀ ବିହାର ସ୍ଥିତ ଘର ସହ ଅଫିସରେ ରେଡ୍ କରାଯାଉଛି ।

୩ ଜଣ ଡିଏସଏସପି, ୭ ଜଣ ଇନ୍ସପେକ୍ଟରଙ୍କ ନେତୃତ୍ୱରେ ଗଠିତ ଟିମ୍ ଏହି ଚଢାଉ କରିଛି । ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଏକକାଳୀନ ଏନ୍‌.ଦିଲ୍ଲୀପଙ୍କ ବାସଭବନ ସମେତ ଅନେକ ସ୍ଥାନରେ ରେଡ୍ ଚାଲିଛି । ବ୍ରହ୍ମପୁରର ଧର୍ମନଗର ସ୍ଥିତ ସ୍ପେକ୍ଟ୍ରମ୍ ରୟାଲ୍ ଠାରେ ଥିବା ଏକ ୨ ବିଏଚକେ ଫ୍ଲାଟ୍, ବ୍ରହ୍ମପୁରର ମୟୁରୀ ବିହାରରେ ଗୋଟିଏ ଦୁଇ ମହଲା ଘର, ବ୍ରହ୍ମପୁରର ଆର୍ ଆଣ୍ଡ୍ ବି ଡିଭିଜନ-୧ରେ ତାଙ୍କ ଅଫିସ୍‌ ଏବଂ ଭୁବନେଶ୍ୱରର ସହିଦ ନଗରରେ ଥିବା ଇଭୋସ୍ ଏକ୍ସୋଟିକା ଆପାର୍ଟମେଣ୍ଟରେ ଗୋଟିଏ ୩ ବିଏଚକେ ଫ୍ଲାଟ୍‌ରେ ଏକକଳୀନ ଚଢାଉ କରୁଛି ଭିଜିଲାନ୍ସ ଟିମ୍‌ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ