Masthead

ଅତିରିକ୍ତ ତହସିଲଦାରଙ୍କୁ ମାଫିଆଙ୍କ ଆକ୍ରମଣ

ବାରିପଦା(ବଡ଼ ଖବର ବ୍ୟୁରୋ) ଅତିରିକ୍ତ ତହସିଲଦାରଙ୍କୁ ମାରିଲେ ମାଫିଆ । ମାତିଲେ ମାଫିଆ। ଥାନା ସମ୍ମୁଖରେ ଅତିରିକ୍ତ ତହସିଲଦାରଙ୍କୁ ମାରିଲେ, ଗାଡି ଭାଙ୍ଗିଲେ। ଏଭଳି ଘଟଣା ଘଟିଛି କପ୍ତିପଦା ଥାନା ସମ୍ମୁଖରେ। କପ୍ତିପଦା ଅତିରିକ୍ତ ତହସିଲଦାର ଭୀମକାନ୍ତ ମାଝୀ ଆଜି ସକାଳ ସମୟରେ ବେଆଇନ ଚୋରା ବାଲି ଚାଲାଣ ଧରପଗଡ଼ ପାଇଁ କାର୍ଯ୍ୟାଳୟରୁ ନିଜ କାର ଧରି ବାହାରିଯିବା ସମୟରେ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ମାଫିଆମାନେ ପ୍ରଥମେ ଅତିରିକ୍ତ ତହସିଲଦାରଙ୍କୁ ଅଟକାଇ ଧମକ ଦେଇଥିଲେ।

ଏହା ପରେ କପ୍ତିପଦା ଥାନାକୁ ଆସିବା ବେଳେ କପ୍ତିପଦା ଥାନା ସମ୍ମୁଖରେ ୧୦ରୁ ଅଧିକ ବାଲି ମାଫିଆ ଥାନା ସମ୍ମୁଖରେ ଅତିରିକ୍ତ ତହସିଲଦାରଙ୍କ ଗାଡିକୁ ଇଟା ଓ ପଥର ମାଡ଼ କରିଥିଲେ । ଯେଉଁଥିରେ ଅତିରିକ୍ତ ତହସିଲଦାରଙ୍କ ଗାଡ଼ି ଭାଙ୍ଗି ଚୁରମାର ହୋଇଥିଲା । ଏହାସହିତ ଅତିରିକ୍ତ ତହସିଲଦାର ଭୀମକାନ୍ତ ମାଝୀଙ୍କ କଲର ଧରି ମାଡ଼ ବି ମାରିଥିଲେ। ପରେ ଘଟଣାସ୍ଥଳରୁ ଚମ୍ପଟ ମାରିଥିଲେ ବାଲି ମାଫିଆ । ସେପଟେ ଜୀବନ ପ୍ରତି ବିପଦ ଥିବା ଜାଣି ଥାନାକୁ ଆସିବା ବେଳେ ଗେଟ ବନ୍ଦ ଥିବାରୁ ମାଫିଆମାନେ ତାଙ୍କୁ ଆକ୍ରମଣ କରିଥିବା କହିଛନ୍ତି ଅତିରିକ୍ତ ତହସିଲଦାର।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର