Masthead

ଭୁଲ ଇଞ୍ଜେକସନ ନେଲା ୫ ଜୀବନ

କୋରାପୁଟ (ବଡ଼ ଖବର ବ୍ୟୁରୋ): ଭୁଲ ଇଞ୍ଜେକସନ ନେଲା ୫ ଜୀବନ । ଗୋଟିଏ ରାତିରେ ଏକାସାଙ୍ଗେ ଚାଲିଯାଇଛି ୫ ରୋଗୀଙ୍କ ଜୀବନ । କୋରାପୁଟ ସହିଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଓ ହସ୍ପିଟାଲରେ ଘଟିଛି ଅଭବାନୀୟ ଘଟଣା । କୋରାପୁଟ ଜିଲ୍ଲା ହସ୍ପିଟାଲରେ ୫ ଜଣଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ସୃଷ୍ଟି ହୋଇଛି । ଭୁଲ୍‌ ଇଞ୍ଜେକସନରୁ ଏକାସଙ୍ଗେ ୫ ରୋଗୀଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ । ଆଇସିୟୁରେ ୩ ଓ ୱାର୍ଡରେ ୨ ରୋଗୀଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି । ଅପରେସନ ପରେ ଭଲ ଥିଲେ, ରାତିରେ ୨ଥର ଇଞ୍ଜକେସନ ଦେଇଥିଲେ ନର୍ସ । ଇଞ୍ଜେକସନ୍‌ ଦେବାର ୧୫ ମିନଟରେ ୫ ଜଣଙ୍କ ହଠାତ୍‌ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି ।

ଏହି ଘଟଣାକୁ ନେଇ ମେଡିକାଲ କର୍ତ୍ତୃପକ୍ଷଙ୍କ କୌଣସି ପ୍ରତିକ୍ରିୟା ମିଳିପାରି ନାହିଁ । ଖବର ଅନୁଯାୟୀ, କୋରାପୁଟ, ବୋରିଗୁମ୍ମା, କଳାହାଣ୍ଡି, ସେମିଳିଗୁଡା, ମାଛରା ଭଳି ବିଭିନ୍ନ ଅଞ୍ଚଳରୁ ଅନେକ ଗୁରୁତର ରୋଗୀ ହସ୍ପିଟାଲର ଆଇସିୟୁ ଏବଂ ସର୍ଜରୀ ବେଡ଼ରେ ଚିକିତ୍ସିତ ହେଉଥିଲେ। ହଠାତ୍ ରାତି ୧୧ ପରେ ଆଇସିୟୁର ଗୁରୁତର ଚିକିତ୍ସିତ ରୋଗୀଙ୍କ ଭିତରୁ ତିନି ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ବେଡରେ ଥିବା ଦୁଇ ଜଣଙ୍କର ମୃତ୍ୟୁ ହୋଇଛି। ତୁରନ୍ତ ରୋଗୀ ସମ୍ପର୍କୀୟଙ୍କ ଉତ୍ତେଜନା ଦେଖି ଟାଉନ୍ ଥାନା ପୋଲିସ ପକ୍ଷରୁ ପୋଲିସ ମୁତୟନ କରାଯାଇଥିଲା। ଏତେ ବଡ଼ ଘଟଣା ଘଟିଥିଲେ ମଧ୍ୟ ହସ୍ପିଟାଲ କର୍ତ୍ତୃପକ୍ଷ କୈାଣସି ସ୍ପଷ୍ଟିକରଣ ଦେଇନାହାନ୍ତି। ବିଗତ ଦିନରେ କର୍ତ୍ତୃପକ୍ଷଙ୍କ ଏପରି ଅବହେଳାକୁ ନେଇ ଅନେକ ପ୍ରଶ୍ନ ଉଠିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ରାହୁରେଖାଲାଗି ନୀତି, ୪ ଘଣ୍ଟା ଦର୍ଶନ ବନ୍ଦ 🔴 ଆଜି ବସିବ ରାଜ୍ୟ କ୍ୟାବିନେଟ 🔴 ଶ୍ରୀମନ୍ଦିର ଉଡ଼େଇଦେବାକୁ ଧମକ! 🔴 ୟୁଥ୍‌ ଫର୍ ସୋସିଆଲ୍‌ ଡେଭଲପମେଣ୍ଟ ପକ୍ଷରୁ ଆନ୍ତର୍ଜାତୀୟ ଯୁବ ଦିବସ ପାଳିତ 🔴 ସବୁ ଅଫିସ୍‌ରେ ଲାଗିବ AI କ୍ୟାମେରା 🔴 ଆମେରିକା ପାଇଁ ‘ଭସ୍ମାସୁର’ ଟ୍ରମ୍ପ! 🔴 ଆମେରିକା ବଳରେ ବଳିଆନ୍ ପାକିସ୍ତାନ, ଭାରତକୁ ଯୁଦ୍ଧ ଧମକ 🔴 ଝିଆରୀର ସର୍ବନାଶ କଲା ପାପି ପିଉସା 🔴 ବରଗଡ଼ ଛାତ୍ରୀ ମୃତ୍ୟୁ ଘଟଣା, ୨ ଜଣଙ୍କୁ ପଚରାଉଚରା କରୁଛି ପୋଲିସ 🔴 ପ୍ରବଳ ବର୍ଷା ସମ୍ଭାବନା 🔴 ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ରାହୁରେଖାଲାଗି ନୀତି, ୪ ଘଣ୍ଟା ଦର୍ଶନ ବନ୍ଦ 🔴 ଆଜି ବସିବ ରାଜ୍ୟ କ୍ୟାବିନେଟ 🔴 ଶ୍ରୀମନ୍ଦିର ଉଡ଼େଇଦେବାକୁ ଧମକ! 🔴 ୟୁଥ୍‌ ଫର୍ ସୋସିଆଲ୍‌ ଡେଭଲପମେଣ୍ଟ ପକ୍ଷରୁ ଆନ୍ତର୍ଜାତୀୟ ଯୁବ ଦିବସ ପାଳିତ 🔴 ସବୁ ଅଫିସ୍‌ରେ ଲାଗିବ AI କ୍ୟାମେରା 🔴 ଆମେରିକା ପାଇଁ ‘ଭସ୍ମାସୁର’ ଟ୍ରମ୍ପ! 🔴 ଆମେରିକା ବଳରେ ବଳିଆନ୍ ପାକିସ୍ତାନ, ଭାରତକୁ ଯୁଦ୍ଧ ଧମକ 🔴 ଝିଆରୀର ସର୍ବନାଶ କଲା ପାପି ପିଉସା 🔴 ବରଗଡ଼ ଛାତ୍ରୀ ମୃତ୍ୟୁ ଘଟଣା, ୨ ଜଣଙ୍କୁ ପଚରାଉଚରା କରୁଛି ପୋଲିସ 🔴 ପ୍ରବଳ ବର୍ଷା ସମ୍ଭାବନା