Masthead

ସରଣ୍ଡା ଜଙ୍ଗଲରୁ ମିଳିଲା ଆଉ ୭୦୦ କେଜି ବିସ୍ଫୋରକ

କୋଇଡା (ବଡ଼ ଖବର ବ୍ୟୁରୋ): ସରଣ୍ଡା ଜଙ୍ଗଲରୁ ପୁଣି ମିଳିଲା ବିସ୍ପୋରକ । ସୁନ୍ଦରଗଡ଼ ସରଣ୍ଡା ଜଙ୍ଗଲରୁ ୭୦୦ କେଜିର ବିସ୍ଫୋରକ ସାମଗ୍ରୀ ଜବତ କରିଛନ୍ତି ସୁରକ୍ଷା ବାହିନୀ । ସର୍ଚ୍ଚ ଅପରେସନ ବେଳେ ଏହି ବିସ୍ଫୋରକ ସାମଗ୍ରୀ ଜବତ ହୋଇଛି । ଏବେବି ସୁରକ୍ଷା କର୍ମୀଙ୍କ ପକ୍ଷରୁ ସରଣ୍ଡା ଜଙ୍ଗଲରେ ସର୍ଚ୍ଚ ଅପରେସନ ଜାରି ରହିଛି । ଗତ ମଙ୍ଗଳବାର ଘଟିକାରେ ସୁନ୍ଦରଗଡ଼ ଜିଲ୍ଲା କେ.ବଲାଙ୍ଗ ଥାନା ବାଙ୍କୋ ପଥର ଖଣିରୁ ୫ ହଜାର କିଲୋ ବିସ୍ଫୋରକ ଲୁଟ୍ ଘଟଣାକୁ ସପ୍ତାହେ ବିତିଗଲା। ଲୁଟ୍ ଘଟଣା ପାଇଁ ଓଡ଼ିଶା, ଝାଡ଼ଖଣ୍ଡ, ଛତିଶଗଡ଼ ସମେତ ସାରା ଦେଶରେ ହାଇଆଲର୍ଟ ପରିସ୍ଥିତି ସୃଷ୍ଟି ହୋଇଛି। ଘଟଣାର ତଦନ୍ତ ଭାର ଦେଶର ଶ୍ରେଷ୍ଠ ତଦନ୍ତକାରୀ ସଂସ୍ଥା ଏନଆଇଏ ସମାନ୍ତର ଭାବେ କରୁଛି ।

୨୦୯ କୋବରା ବାଟାଲିୟନ, ସିଆର୍‌ପିଏଫ୍‌, ଡିଭିଏଫ୍ ଫୋର୍ସ ,ଝାଡଖଣ୍ଡ ଜାଗୁଆର ଓ ଏସଓଜି ଟିମ୍ ଲଗାତାର ଭାବେ ସର୍ଚ୍ଚ ଅପରେସନ୍ ଜାରି ରଖିଛନ୍ତି । ସୋମବାର ରାଉରକେଲା ଏସପି ନିତେଶ ୱାଧୱାନୀଙ୍କ ନେତୃତ୍ଵରେ ବରିଷ୍ଠ ଡିଭିଏଫ୍ ଓ ଏସଓଜି ବାହିନୀ ସର୍ଚ୍ଚ ଅପରେସନ୍ ରେ ୨୯୬୦ କେଜି ଜବତ ହୋଇଥିଲା ଓ ଆଜି ପୁନଃ ୭୦୦ କେଜି ଲୁଟ୍ ବିସ୍ଫୋରକ ତିରିଲପୋସି ସରଣ୍ଡା ଜଙ୍ଗଲ ମଧ୍ୟରେ ଥିବା ବିଭିନ୍ନ ସ୍ଥାନମାନଙ୍କରୁ ଜବତ କରିଥିବା ସୁଚନା ହସ୍ତଗତ ହୋଇଛି। ବର୍ତ୍ତମାନ ବଳକା ୭୦୦ କେଜି ଲୁଟ୍ ବିସ୍ଫୋରକକୁ ଜବତ ନେଇ ସର୍ଚ୍ଚ ଅପରେସନ୍ ଜାରି ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି