Masthead

ଟ୍ରକକୁ ପଛପଟୁ ପିଟିଲା ବସ୍

କୋକସରା (ବଡ଼ ଖବର ବ୍ୟୁରୋ): ଟ୍ରକକୁ ପଛପଟୁ ପିଟିଲା ବସ୍ । ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୫ ଜଣ ଗୁରୁତର ହୋଇଛନ୍ତି । ଭୁବନେଶ୍ୱରରୁ ଉମରକୋଟ ଯାଉଥିବା ରଘୁନାଥ ନାମକ ବସ । କଳାହାଣ୍ଡି ଜିଲ୍ଲା ଜାତୀୟ ରାଜପଥ ୨୬ କୋକସରା ଥାନା ଚାରବାହଲ ନିକଟରେ ଆଜି ଭୋର ସମୟରେ ରାସ୍ତାରେ ଛିଡା ହୋଇଥିବାବେଳେ ଏକ ଟ୍ରକକୁ ପଛ ପଟୁ ପିଟିଥିଲା । ଦୁର୍ଘଟଣାରେ ବସର ଆଗ ପଟ କାଚ ଭାଙ୍ଗି ଚୁରମାର ହୋଇଥିବା ବେଳେ ବସରେ ଥିବା ଅନେକେ ଯାତ୍ରୀ ବସ ମଧ୍ୟରେ ଫସି ରହିଥିଲେ।

କିଛି ସ୍ଥାନୀୟ ଲୋକଙ୍କ ସହାୟତା ଓ କୋକସରା ଦମକଳ କର୍ମଚାରୀ ଫସି ଥିବା ଯାତ୍ରୀଙ୍କୁ ଉଦ୍ଧାର କରିଥିଲେ । ତେବେ ସେମାନଙ୍କ ମଧ୍ୟରୁ ଜଣେ ଯାତ୍ରୀଙ୍କ ଜୁନାଗଡ଼ ଡାକ୍ତରଖାନାରେ ମୃତ୍ୟୁ ହୋଇଛି । ଅନ୍ୟ ୫ ଜଣ ଜଟିଳ ଭାବେ ଗୁରୁତର ଥିବା ଜଣାପଡିଛି। ମୃତ ଯାତ୍ରୀ ଝରିଗାଁର ବୋଲି ସୂଚନା ମିଳିଛି । କୋକସରା ଥାନା ମୋଟେର ଫାଣ୍ଡି ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର