Masthead

୧୧ ଜିଲ୍ଲାକୁ ଭୀଷଣ ଗରମ ସହ ଗୁଳୁଗୁଳି ନେଇ ସତର୍କତା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଭୀଷଣ ଗ୍ରୀଷ୍ମପ୍ରବାହ ସହ କାଳବୈଶାଖୀ ଚେତାବନୀ। ଉପକୂଳବର୍ତ୍ତୀ ଜିଲ୍ଲାକୁ ଭୀଷଣ ଗରମ ଓ ଗୁଳୁଗୁଳି ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଆଜି ପାଇଁ ୧୧ ଜିଲ୍ଲାକୁ ଭୀଷଣ ଗରମ ସହ ଗୁଳୁଗୁଳି ନେଇ ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ। ଗଜପତି, ଗଂଜାମ, ନୟାଗଡ଼, ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ ଏବଂ ବାଲେଶ୍ବର ଜିଲ୍ଲାରେ ଅସହ୍ୟ ଗୁଳୁଗୁଳି ଏବଂ ପ୍ରବଳ ଗ୍ରୀଷ୍ମ ପ୍ରହାବହ ଅନୁଭୂତ ହେବ।

ଏପଟେ ଆଜିଠୁ ୧୩ ତାରିଖ ପର୍ୟ୍ୟନ୍ତ ରାଜ୍ୟର ଏକାଧିକ ଜିଲ୍ଲାକୁ ବର୍ଷା ପବନ ସହ ଘଡ଼ଘଡ଼ି ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସୋମବାର ମାଲକାନଗିରି, କୋରାପୁଟ, ମୟୂରଭଞ୍ଜ ଓ କେନ୍ଦୁଝରରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଅଛି । ୩୦ରୁ ୪୦ କିମି ବେଗରେ ପବନ ବି ବହିପାରେ । ଘୂର୍ଣ୍ଣିବଳୟ ପରେ ବି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତିରେ ଗରମ ଓ ଗୁଳୁଗୁଳି ସ୍ଥିତି ରହିବ । ମଙ୍ଗଳବାର ଉପକୂଳ ଓଡ଼ିଶାର ପାଗ ବଦଳିବ ।

ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ବି ବର୍ଷା ହୋଇପାରେ । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ମୟୂରଭଞ୍ଜ, କେନ୍ଦୁଝର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, ନୟାଗଡ଼, କନ୍ଧମାଳ, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଓ ମାଲକାନଗିରିରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଅଛି । ହାଲୁକା ପବନ ବି ବହିବ। ୧୦ ତାରିଖରେ ପଶ୍ଚିମ ଓଡ଼ିଶାର କିଛି ସ୍ଥାନରେ ତାତି ଖସିପାରେ । ବାକି ସୋନପୁର, ବୌଦ୍ଧ, ସମ୍ବଲପୁର, ଟିଟିଲାଗଡ଼ ଓ ବଲାଙ୍ଗୀରରେ ତାତି ୪୦ ଡିଗ୍ରୀ ଉପରେ ରହିବ ବୋଲି କୁହାଯାଇଛି । ୧୧ ଓ ୧୨ ତାରିଖରେ ଦକ୍ଷିଣ ଓଡ଼ିଶା ଓ ଉପକୂଳ ଓଡ଼ିଶାର ଅଧିକାଂଶ ସ୍ଥାନ ସମେତ ଆଉ କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ