ଆଇଇଡି ବିସ୍ଫୋରଣ, ASP ସହିଦ

ମାଲକାନଗିରି (ବଡ଼ ଖବର ବ୍ୟୁରୋ): ମାଲକାନଗିରି ସୀମାରେ ଆଇଇଡି ବିସ୍ଫୋରଣ । ବିସ୍ଫୋରଣରେ ଆଡିସନାଲ ଏଏସପି ସହିଦ । ଏଏସପି ଆକାଶ ରାଓ ଗିରପୁଞ୍ଜେ । ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଏଏସପି ସହିଦ ହୋଇଥିବା ସୂଚନା ମିଳିଛି । ବିସ୍ଫୋରଣରେ କୋଣ୍ଟା ଥାନା ଅଧିକାରୀ ଗୁରୁତର । ସୁକୁମା ଜିଲ୍ଲା କୋଣ୍ଟା-ଏରାବୋର ରାସ୍ତାରେ ବିସ୍ଫୋରଣ । ପାଦଚଲା ରାସ୍ତା ଦେଇ କମ୍ବିଂ ଅପରେସନ ବାହାରିଥିଲେ ।

ଛତିଶଗଡ଼ର ସୁକମା ଜିଲ୍ଲାର କୋଣ୍ଟା ଅଞ୍ଚଳରେ ନକ୍ସଲମାନଙ୍କ ଦ୍ୱାରା କରାଯାଇଥିବା ଏକ ଆଇଇଡି ବିସ୍ଫୋରଣରେ ଅତିରିକ୍ତ ଏଏସପି ଆକାଶ ରାଓ ଗିରପୁଞ୍ଜେ ସହିଦ ହୋଇଛନ୍ତି । ଘଟଣା ପରେ ତାଙ୍କୁ ତୁରନ୍ତ ଚିକିତ୍ସା ପାଇଁ ହସ୍ପିଟାଲକୁ ନିଆଯାଇଥିଲା । କିନ୍ତୁ ଚିକିତ୍ସା ସମୟରେ ତାଙ୍କର ମୃତ୍ୟୁ ହୋଇଥିଲା। ଆକାଶ ରାଓ ଗିରପୁଞ୍ଜେଙ୍କ ସହିଦ ହେବା ଯୋଗୁଁ ସମଗ୍ର ପୋଲିସ ବିଭାଗରେ ଶୋକର ଛାୟା ଖେଳିଯାଇଛି।

ବିସ୍ଫୋରଣରେ କୋଣ୍ଟା ପୋଲିସ ଷ୍ଟେସନ ଇନଚାର୍ଜ ଏବଂ ଏସଡିପିଓ ମଧ୍ୟ ଆହତ ହୋଇଛନ୍ତି । ସେମାନଙ୍କ ଚିକିତ୍ସା ଚାଲିଛି। ପୋଲିସ ଟିମ୍ ପାଟ୍ରୋଲିଂରେ ବାହାରିଥିବା ବେଳେ କୋଣ୍ଟା ପୋଲିସ ଷ୍ଟେସନ ଅଞ୍ଚଳରେ ଏହି ଘଟଣା ଘଟିଛି। ପୋଲିସ ଏବଂ ସୁରକ୍ଷା ବାହିନୀ ଅଞ୍ଚଳରେ ସର୍ଚ୍ଚ ଅପରେସନକୁ ଜୋରଦାର କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ