Masthead

ଆଜି ରଜ ସଂକ୍ରାନ୍ତି, ଗାଁଠୁ ସହର ସବୁଠି ଉତ୍ସାହ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଜି ରଜ ସଂକ୍ରାନ୍ତି। ଗାଁଠୁ ସହର ସବୁଠି ଉତ୍ସାହ। ଧୂମଧାମରେ ପାଳନ ହେଉଛି ରଜ ମହୋତ୍ସବ। ଗାଁଠୁ ସହର ଯାଏଁ ମହକୁଛି ପୀଠା ଓ ମିଠାର ବାସ୍ନା। ତିନି ଦିନିଆ ରଜ ଉତ୍ସବର ପ୍ରମୁଖ ଦିନ । ରଜ ସଂକ୍ରାନ୍ତିରେ ଗାଁ ଆମ୍ବତୋଟାରେ ସକାଳୁ ସକାଳୁ ଶୁଭୁଛି ରଜଗୀତ । ସହରର ବିଭିନ୍ନ ପାର୍କରେ ଦୋଳି, ପାନ ଓ ପିଠା ଭିତରେ ରଜର ଆସର ଜମିଛି । ପରମ୍ପରା ସମ୍ପନ୍ନ ରଜଗୀତରେ ଉତ୍ସବମୁଖର ପୁରପଲ୍ଲୀ । ବିଭିନ୍ନ ସ୍ଥାନରେ ବାଜୁଛି ରଜଗୀତ, ଝିଅ ବୋହୂ ଦୋଳି ଖେଳୁଛନ୍ତି ।

ତା ସହିତ ପୁଚି ଖେଳ, ତାସ୍ ଖେଳ, ଲୁଡୁ ଖେଳ ସାଙ୍ଗକୁ ବିଭିନ୍ନ ପ୍ରତିଯୋଗିତା ଓ ସାଂସ୍କୃତିକ କାର୍ଯ୍ୟକ୍ରମ କରାଯାଉଛି । ବିଭିନ୍ନ ସ୍ଥାନରେ ଅନେକ ପ୍ରକାରର ପାରମ୍ପରିକ ପିଠା, ମିଠା, ପାନ ଏବଂ ଖାଦ୍ୟର ଧାଡି ଧାଡି ଷ୍ଟଲ ଲାଗିଛି । କିଛି କିଛି ପାର୍କରେ ମଧ୍ୟ ଲାଗିଛି ରଜଦୋଳି । ସକାଳୁ ସକାଳୁ ପାର୍କରେ ରଜ ଦୋଳି ଖେଳର ମଜା ନେଉଛନ୍ତି । ସେହିପରି ସକାଳୁ ସକାଳୁ ପୁରୀ ଜଗନ୍ନାଥ ଧାମ ସହ ରାଜ୍ୟର ବିଭିନ୍ନ ଦେବାଳୟ ମାନଙ୍କରେ ଲାଗିଛି ଭକ୍ତ ଓ ଶ୍ରଦ୍ଧାଳୁଙ୍କ ଭିଡ଼।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ରାହୁରେଖାଲାଗି ନୀତି, ୪ ଘଣ୍ଟା ଦର୍ଶନ ବନ୍ଦ 🔴 ଆଜି ବସିବ ରାଜ୍ୟ କ୍ୟାବିନେଟ 🔴 ଶ୍ରୀମନ୍ଦିର ଉଡ଼େଇଦେବାକୁ ଧମକ! 🔴 ୟୁଥ୍‌ ଫର୍ ସୋସିଆଲ୍‌ ଡେଭଲପମେଣ୍ଟ ପକ୍ଷରୁ ଆନ୍ତର୍ଜାତୀୟ ଯୁବ ଦିବସ ପାଳିତ 🔴 ସବୁ ଅଫିସ୍‌ରେ ଲାଗିବ AI କ୍ୟାମେରା 🔴 ଆମେରିକା ପାଇଁ ‘ଭସ୍ମାସୁର’ ଟ୍ରମ୍ପ! 🔴 ଆମେରିକା ବଳରେ ବଳିଆନ୍ ପାକିସ୍ତାନ, ଭାରତକୁ ଯୁଦ୍ଧ ଧମକ 🔴 ଝିଆରୀର ସର୍ବନାଶ କଲା ପାପି ପିଉସା 🔴 ବରଗଡ଼ ଛାତ୍ରୀ ମୃତ୍ୟୁ ଘଟଣା, ୨ ଜଣଙ୍କୁ ପଚରାଉଚରା କରୁଛି ପୋଲିସ 🔴 ପ୍ରବଳ ବର୍ଷା ସମ୍ଭାବନା 🔴 ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ରାହୁରେଖାଲାଗି ନୀତି, ୪ ଘଣ୍ଟା ଦର୍ଶନ ବନ୍ଦ 🔴 ଆଜି ବସିବ ରାଜ୍ୟ କ୍ୟାବିନେଟ 🔴 ଶ୍ରୀମନ୍ଦିର ଉଡ଼େଇଦେବାକୁ ଧମକ! 🔴 ୟୁଥ୍‌ ଫର୍ ସୋସିଆଲ୍‌ ଡେଭଲପମେଣ୍ଟ ପକ୍ଷରୁ ଆନ୍ତର୍ଜାତୀୟ ଯୁବ ଦିବସ ପାଳିତ 🔴 ସବୁ ଅଫିସ୍‌ରେ ଲାଗିବ AI କ୍ୟାମେରା 🔴 ଆମେରିକା ପାଇଁ ‘ଭସ୍ମାସୁର’ ଟ୍ରମ୍ପ! 🔴 ଆମେରିକା ବଳରେ ବଳିଆନ୍ ପାକିସ୍ତାନ, ଭାରତକୁ ଯୁଦ୍ଧ ଧମକ 🔴 ଝିଆରୀର ସର୍ବନାଶ କଲା ପାପି ପିଉସା 🔴 ବରଗଡ଼ ଛାତ୍ରୀ ମୃତ୍ୟୁ ଘଟଣା, ୨ ଜଣଙ୍କୁ ପଚରାଉଚରା କରୁଛି ପୋଲିସ 🔴 ପ୍ରବଳ ବର୍ଷା ସମ୍ଭାବନା