ଆଜି ଫୁଲୁରି ତେଲ ଲାଗି

ପୁରୀ (ବଡ଼ ଖବର ବ୍ୟୁରୋ): ମହାଜ୍ୱରରେ ପୀଡ଼ିତ ମହାପ୍ରଭୁ । ଜ୍ୱର କମ୍ପନରେ ଶ୍ରୀଅଙ୍ଗରେ ତାତି । ଅନବସରର ଚାରିଦିନରେ ଅଣସର ଘରେ ଦଇତାପତି ସେବାୟତମାନେ ଶ୍ରୀଅଙ୍ଗରୁ ଓଦାବସ୍ତ୍ର ଓଲାଗି ସହ ଶ୍ରୀଅଙ୍ଗ ଫିଟା ନୀତି ଆରମ୍ଭ ହୋଇଛି । ଆଜି ଅଣବସରର ପଞ୍ଚମ ଦିବସ । ମହାପ୍ରଭୁଙ୍କ ଶ୍ରୀଅଙ୍ଗରୁ ଓଦାବସ୍ତ୍ର ଓଲାଗି ଓ ଶ୍ରୀଅଙ୍ଗ ଫିଟା ନୀତି ହେବା ପରେ ଲାଗି ହେବ ଫୁଲୁରି ତେଲ । ଏନେଇ ବଡଓଡିଆ ମଠ ପକ୍ଷରୁ ଚାଲିଛି ତେଲ ପ୍ରସ୍ତୁତି ।

ମଧ୍ୟାନ୍ନ ଧୂପ ପରେ ଏହି ଫୁଲୁରି ତେଲ ଶ୍ରୀମନ୍ଦିରକୁ ବିଜେ କରିବା ସହ ରାତ୍ରରେ ମହାପ୍ରଭୁଙ୍କୁ ଲାଗି କରିବେ ଦଇତାପତି ସେବକ । ବଡଓଡିଆ ମଠରୁ ପ୍ରତିବର୍ଷ ଅଣବସର ସମୟରେ ଯୋଗାଇ ଦିଆଯାଏ ଫୁଲୁରି ତେଲ । ଦଇତାପତି ସେବକମାନେ ମଧ୍ୟାହ୍ନ ଧୂପ ପରେ ଶ୍ରୀଜିଉଙ୍କର ଜ୍ବର କମାଇବା ପାଇଁ ପ୍ରଲେପ କରିଥାନ୍ତି ଏହି ଔଷଧୀୟ ତୈଳ । ରାଜା ପ୍ରତାପ ଦେବଙ୍କ ଅମଳରୁ ବଡଓଡିଆ ମଠ ଯୋଗାଇ ଆସୁଛି ଏହି ଫୁଲୁରି ତେଲ ସେବା ।

ଘଣା ପେଡା ରାଶି ତେଲରେ କେତକୀ, ଜୁଇ ଜାଇ, ମାଳତୀ ବକୁଳ ଆଦି ସୁବାସିତ ଫୁଲ କୃଷ୍ଣଭୋଗଧାନ ଓ ବେଣାଚେର ପରି ପ୍ରାୟ ୨୭ପ୍ରକାର ଉପାଦାନ ମିଶାଯାଇ ଏହି ତେଳ ପ୍ରସ୍ତୁତ କରାଯାଏ । ପ୍ରତିବର୍ଷ ଶ୍ରୀଗୁଣ୍ଡିଚାର ହେରାପଞ୍ଚମୀ ଠାରୁ ଏହି ସବୁ ସାମଗ୍ରୀକୁ ଗୋଟିଏ ମାଟି ଘଡିରେ ପୁରାଇ ଗୁପ୍ତ ସ୍ଥାନରେ ପୋତି ରଖାଯାଇଥାଏ । ଜ୍ୟୋଷ୍ଠ ଶୁକ୍ଲ ଚତୁର୍ଦ୍ଦଶୀ ତିଥିରେ ଔଷଧୀୟ ତେଲକୁ ମଠ ମହନ୍ତ ମାଟି ତଳୁ କାଢି ମଠର ଅନ୍ୟ ଏକ କୋଠରୀରେ ଗୋପନୀୟ ଭାବେ ରଖିଥାନ୍ତି । ପଞ୍ଚମୀ ତିଥିରେ ମଧ୍ୟାହ୍ନ ଧୂପ ପରେ ଶ୍ରୀମନ୍ଦିରରୁ ଡାକରା ଆସିଲେ ମଠାଧୀଶ ଏହି ତୈଳକୁ ବୈଷ୍ଣବଙ୍କ ଦ୍ୱାରା ଶ୍ରୀମନ୍ଦିରକୁ ପଠାଇବା ପରେ ଦଇତାପତିମାନେ ଏହାକୁ ଶ୍ରୀଅଙ୍ଗରେ ମର୍ଦନ କରିବାର ପରମ୍ପରା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!