Masthead

ଆଜି ଫୁଲୁରି ତେଲ ଲାଗି

ପୁରୀ (ବଡ଼ ଖବର ବ୍ୟୁରୋ): ମହାଜ୍ୱରରେ ପୀଡ଼ିତ ମହାପ୍ରଭୁ । ଜ୍ୱର କମ୍ପନରେ ଶ୍ରୀଅଙ୍ଗରେ ତାତି । ଅନବସରର ଚାରିଦିନରେ ଅଣସର ଘରେ ଦଇତାପତି ସେବାୟତମାନେ ଶ୍ରୀଅଙ୍ଗରୁ ଓଦାବସ୍ତ୍ର ଓଲାଗି ସହ ଶ୍ରୀଅଙ୍ଗ ଫିଟା ନୀତି ଆରମ୍ଭ ହୋଇଛି । ଆଜି ଅଣବସରର ପଞ୍ଚମ ଦିବସ । ମହାପ୍ରଭୁଙ୍କ ଶ୍ରୀଅଙ୍ଗରୁ ଓଦାବସ୍ତ୍ର ଓଲାଗି ଓ ଶ୍ରୀଅଙ୍ଗ ଫିଟା ନୀତି ହେବା ପରେ ଲାଗି ହେବ ଫୁଲୁରି ତେଲ । ଏନେଇ ବଡଓଡିଆ ମଠ ପକ୍ଷରୁ ଚାଲିଛି ତେଲ ପ୍ରସ୍ତୁତି ।

ମଧ୍ୟାନ୍ନ ଧୂପ ପରେ ଏହି ଫୁଲୁରି ତେଲ ଶ୍ରୀମନ୍ଦିରକୁ ବିଜେ କରିବା ସହ ରାତ୍ରରେ ମହାପ୍ରଭୁଙ୍କୁ ଲାଗି କରିବେ ଦଇତାପତି ସେବକ । ବଡଓଡିଆ ମଠରୁ ପ୍ରତିବର୍ଷ ଅଣବସର ସମୟରେ ଯୋଗାଇ ଦିଆଯାଏ ଫୁଲୁରି ତେଲ । ଦଇତାପତି ସେବକମାନେ ମଧ୍ୟାହ୍ନ ଧୂପ ପରେ ଶ୍ରୀଜିଉଙ୍କର ଜ୍ବର କମାଇବା ପାଇଁ ପ୍ରଲେପ କରିଥାନ୍ତି ଏହି ଔଷଧୀୟ ତୈଳ । ରାଜା ପ୍ରତାପ ଦେବଙ୍କ ଅମଳରୁ ବଡଓଡିଆ ମଠ ଯୋଗାଇ ଆସୁଛି ଏହି ଫୁଲୁରି ତେଲ ସେବା ।

ଘଣା ପେଡା ରାଶି ତେଲରେ କେତକୀ, ଜୁଇ ଜାଇ, ମାଳତୀ ବକୁଳ ଆଦି ସୁବାସିତ ଫୁଲ କୃଷ୍ଣଭୋଗଧାନ ଓ ବେଣାଚେର ପରି ପ୍ରାୟ ୨୭ପ୍ରକାର ଉପାଦାନ ମିଶାଯାଇ ଏହି ତେଳ ପ୍ରସ୍ତୁତ କରାଯାଏ । ପ୍ରତିବର୍ଷ ଶ୍ରୀଗୁଣ୍ଡିଚାର ହେରାପଞ୍ଚମୀ ଠାରୁ ଏହି ସବୁ ସାମଗ୍ରୀକୁ ଗୋଟିଏ ମାଟି ଘଡିରେ ପୁରାଇ ଗୁପ୍ତ ସ୍ଥାନରେ ପୋତି ରଖାଯାଇଥାଏ । ଜ୍ୟୋଷ୍ଠ ଶୁକ୍ଲ ଚତୁର୍ଦ୍ଦଶୀ ତିଥିରେ ଔଷଧୀୟ ତେଲକୁ ମଠ ମହନ୍ତ ମାଟି ତଳୁ କାଢି ମଠର ଅନ୍ୟ ଏକ କୋଠରୀରେ ଗୋପନୀୟ ଭାବେ ରଖିଥାନ୍ତି । ପଞ୍ଚମୀ ତିଥିରେ ମଧ୍ୟାହ୍ନ ଧୂପ ପରେ ଶ୍ରୀମନ୍ଦିରରୁ ଡାକରା ଆସିଲେ ମଠାଧୀଶ ଏହି ତୈଳକୁ ବୈଷ୍ଣବଙ୍କ ଦ୍ୱାରା ଶ୍ରୀମନ୍ଦିରକୁ ପଠାଇବା ପରେ ଦଇତାପତିମାନେ ଏହାକୁ ଶ୍ରୀଅଙ୍ଗରେ ମର୍ଦନ କରିବାର ପରମ୍ପରା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମୋ ପାଇଁ ଛୁଆଙ୍କୁ ଲଗାଇଛନ୍ତି ନବୀନ: ଧର୍ମେନ୍ଦ୍ର ପ୍ରଧାନ 🔴 ବୈତରଣୀରେ ବଢ଼ୁଛି ପାଣି, ପୁଣି ଡରାଇଲା ବନ୍ୟା 🔴 ଓଡ଼ିଶା ଜଙ୍ଗଲରେ ଅସୁରକ୍ଷିତ କି ‘ବାଘ’? 🔴 ଲିଫ୍ଟ ମନା କରିବା ପଡ଼ିଲା ମହଙ୍ଗା 🔴 ଆଜି ସୃଷ୍ଟି ହେବ ଲଘୁଚାପ, ୧୧ ଯାଏଁ ପ୍ରବଳ ବର୍ଷା 🔴 ବିଜୟଙ୍କ ଛାଡ଼ପତ୍ର ମାମଲାରେ ବଡ଼ ଟ୍ୱିଷ୍ଟ 🔴 ବ୍ରିକ୍ସ ବୈଠକ, ୩ ଦେଶକୁ ବଡ଼ ସହଯୋଗ ଘୋଷଣା କଲା ଭାରତ 🔴 ଓଡିଶାକୁ ରେଡ୍ ୱାର୍ଣ୍ଣିଂ, ଭିଜିବ ସାରା ରାଜ୍ୟ 🔴 ନୂଆଖାଇ ପାଇଁ ବଲାଙ୍ଗିରରେ ନବାନ୍ନ ଲଗ୍ନ ଧାର୍ଯ୍ୟ 🔴 ୫ ହଜାର କୋଟିର ଫାଇନ୍ ଗଣିବ ମେଟା 🔴 ମୋ ପାଇଁ ଛୁଆଙ୍କୁ ଲଗାଇଛନ୍ତି ନବୀନ: ଧର୍ମେନ୍ଦ୍ର ପ୍ରଧାନ 🔴 ବୈତରଣୀରେ ବଢ଼ୁଛି ପାଣି, ପୁଣି ଡରାଇଲା ବନ୍ୟା 🔴 ଓଡ଼ିଶା ଜଙ୍ଗଲରେ ଅସୁରକ୍ଷିତ କି ‘ବାଘ’? 🔴 ଲିଫ୍ଟ ମନା କରିବା ପଡ଼ିଲା ମହଙ୍ଗା 🔴 ଆଜି ସୃଷ୍ଟି ହେବ ଲଘୁଚାପ, ୧୧ ଯାଏଁ ପ୍ରବଳ ବର୍ଷା 🔴 ବିଜୟଙ୍କ ଛାଡ଼ପତ୍ର ମାମଲାରେ ବଡ଼ ଟ୍ୱିଷ୍ଟ 🔴 ବ୍ରିକ୍ସ ବୈଠକ, ୩ ଦେଶକୁ ବଡ଼ ସହଯୋଗ ଘୋଷଣା କଲା ଭାରତ 🔴 ଓଡିଶାକୁ ରେଡ୍ ୱାର୍ଣ୍ଣିଂ, ଭିଜିବ ସାରା ରାଜ୍ୟ 🔴 ନୂଆଖାଇ ପାଇଁ ବଲାଙ୍ଗିରରେ ନବାନ୍ନ ଲଗ୍ନ ଧାର୍ଯ୍ୟ 🔴 ୫ ହଜାର କୋଟିର ଫାଇନ୍ ଗଣିବ ମେଟା