Masthead

ଭୁବନେଶ୍ୱରରେ ସିରିଜ ଦୁର୍ଘଟଣା, ୩ ଆହତ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଭୁବନେଶ୍ୱର ପାତ୍ରପଡାରେ ସିରିଜ ଦୁର୍ଘଟଣା । ପଛକୁ ପଛ ପିଟି ହେଲା ୪ ଟକ୍ର, ୩ ଆହତ ।ଭୁବନେଶ୍ୱର ପାତ୍ରପଡା ଆଳୁ ଗୋଦାମ ନିକଟରେ ଘଟିଛି ସିରିଜ୍‌ ଦୁର୍ଘଟଣା । ପଛକୁ ପଛ ପିଟି ହେଲା ୪ ଟ୍ରକ୍‌। ଯାହାଫଳରେ ଏହି ଦୁର୍ଘଟଣାରେ ୩ ଗାଡ଼ିର ଡ୍ରାଇଭର ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ଉଦ୍ଧାର କରି ନିକଟସ୍ଥ ଏମ୍ସରେ ଭର୍ତ୍ତି କରାଯାଇଛି । ଘଟଣାସ୍ଥଳରେ ଖଣ୍ଡଗିରି ପୁଲିସ ପହଞ୍ଚି ତଦନ୍ତ କରୁଛି। ଗତକାଲି ବିଳମ୍ବିତ ରାତିରେ ଭୁବନେଶ୍ୱର ପାତ୍ରପଡା ଆଳୁ ଗୋଦାମ ନିକଟରେ ରାସ୍ତା ଉପରେ ଏକ ମିନି ଟ୍ରକ୍‌ ଖରାପ ହୋଇ ପଡ଼ି ରହିଥିଲା । ସେହି ଟ୍ରକ୍ ପଛରେ ପ୍ରଥମେ ଏକ କଣ୍ଟେନର ଧକ୍କା ହୋଇଥିଲା । କଣ୍ଟେନର ପଛକୁ ଆଉ ୨ଟି ଟ୍ରକ୍‌ ପିଟି ହୋଇଥିଲା । ଯାହାଫଳରେ ଏହି ଦୁର୍ଘଟଣାରେ ୩ ଜଣ ଡ୍ରାଇଭର ଆହତ ହୋଇଥିଲେ। ଆହତମାନଙ୍କୁ ତୁରନ୍ତ ଚିକିତ୍ସା ପାଇଁ ଏମ୍ସରେ ଭର୍ତ୍ତି କରାଯାଇଛି। ସେପଟେ ଘଟଣାସମ୍ପର୍କରେ ଖବର ପାଇ ଖଣ୍ଡଗିରି ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା