ବଜ୍ରାଘାତରେ ୫ ଗୁରୁତର

କାମାକ୍ଷାନଗର(ବଡ଼ ଖବର ବ୍ୟୁରୋ): ଦର୍ଶନ ସାରି ଫେରୁଥିବା ବେଳେ ବଜ୍ରାଘାତ, ୫ ଗୁରୁତର । ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଥାନା ମହୁଲପାଳ ଗାଁ ପାଖ କପାଖୁଣ୍ଟି ପାହାଡ଼ରୁ ଠାକୁର ଦର୍ଶନ ସାରି ଘରକୁ ଫେରୁଥିବା ବେଳେ ବଜ୍ରାଘାତ ଘଟି ୫ ଜଣ ବ୍ୟକ୍ତି ଗୁରୁତର ହୋଇଛନ୍ତି। ଗୁରୁତର ମାନେ ତୁମୁସିଙ୍ଗା ଥାନା ବାରୁଆଁ ଗାଁ ଶବର ସାହିର ବିକାଶ ପଧାନ, କ୍ରିଷ୍ଣା ଦେହୁରୀ, ଆଦିତ୍ୟ ନାହାକ, ଜିତେନ୍ଦ୍ର ଦେହୁରୀ ଓ ବିଶ୍ୱଜିତ ଭୂତିଆ।

ଗୁରୁତରଙ୍କୁ ଅଗ୍ନିଶମ ବାହିନୀ ଦ୍ୱାରା ଉଦ୍ଧାର ହୋଇ କାମାକ୍ଷାନଗର ମେଡିକାଲରେ ଭର୍ତ୍ତି କରାଯାଇଛି। କପାଖୁଣ୍ଟି ପାହାଡ଼ ଉପରେ ଥିବା ମନ୍ଦିରକୁ ବାରୁଆଁ ଗାଁର ୬ ଜଣ ବ୍ୟକ୍ତି ଦର୍ଶନ କରିବାକୁ ଯାଇଥିଲେ। ସେମାନଙ୍କ ମଧ୍ୟରେ ଆକାଶ ପ୍ରଧାନ ଦର୍ଶନ ସାରି ଘରକୁ ଫେରି ଆସିଥିଲେ। ଅନ୍ୟ ୫ ଜଣ ବର୍ଷା ହେବା କାରଣରୁ ପଥର ଖୋଲ ଭିତରେ ରହି ଯାଇଥିଲେ। ତେବେ ସେଠାରେ ବଜ୍ରାଘାତ ହେବାରୁ ସମସ୍ତେ ଗୁରୁତର ହୋଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!