Masthead

ଠାକୁର ଦର୍ଶନ ସାରି ଫେରୁଥିବା ବେଳେ ବଜ୍ରାଘାତ

କାମାକ୍ଷାନଗର (ବଡ଼ ଖବର ବ୍ୟୁରୋ): ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଥାନା ମହୁଲପାଳ ଗାଁ ପାଖ କପାଖୁଣ୍ଟି ପାହାଡ଼ରୁ ଠାକୁର ଦର୍ଶନ ସାରି ଘରକୁ ଫେରୁଥିବା ବେଳେ ବଜ୍ରାଘାତା ୫ ଜଣ ବ୍ୟକ୍ତି ଗୁରୁତର ହୋଇଛନ୍ତି। ଗୁରୁତର ମାନେ ତୁମୁସିଙ୍ଗା ଥାନା ବାରୁଆଁ ଗାଁ ଶବର ସାହିର ବିକାଶ ପଧାନ, କ୍ରିଷ୍ଣା ଦେହୁରୀ, ଆଦିତ୍ୟ ନାହାକ, ଜିତେନ୍ଦ୍ର ଦେହୁରୀ ଓ ବିଶ୍ୱଜିତ ଭୂତିଆ। ଗୁରୁତରଙ୍କୁ ଅଗ୍ନିଶମ ବାହିନୀ ଦ୍ବାରା ଉଦ୍ଧାର ହୋଇ କାମାକ୍ଷାନଗର ମେଡିକାଲରେ ଭର୍ତ୍ତି କରାଯାଇଛି।

ରଜ ସଂକ୍ରାନ୍ତି ଥିବାରୁ କପାଖୁଣ୍ଟି ପାହାଡ଼ ଉପରେ ଥିବା ମନ୍ଦିରକୁ ବାରୁଆଁ ଗାଁର ୬ ଜଣ ବ୍ୟକ୍ତି ଦର୍ଶନ କରିବାକୁ ଯାଇଥିଲେ। ସେମାନଙ୍କ ମଧ୍ୟରେ ଆକାଶ ପ୍ରଧାନ ଦର୍ଶନ ସାରି ଘରକୁ ଫେରି ଆସିଥିଲେ। ଅନ୍ୟ ୫ ଜଣ ବର୍ଷା ହେବା କାରଣରୁ ପଥର ଖୋଲ ଭିତରେ ରହି ଯାଇଥିଲେ। ତେବେ ସେଠାରେ ବଜ୍ରାଘାତ ହେବାରୁ ସମସ୍ତେ ଗୁରୁତର ହୋଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ