Masthead

୩ ଜିଲାରେ ଅତି ପ୍ରବଳ ବର୍ଷା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ପାଖପାଖି ଅଞ୍ଚଳରେ ସମୁଦ୍ର ପତନଠାରୁ ବାୟୁମଣ୍ଡଳର ୩.୧ କିମିରୁ ୭.୬ କିମି ମଧ୍ୟରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ସମେତ ବିଦର୍ଭ ଓ ଛତିଶଗର କିଛି ଅଞ୍ଚଳକୁ ମୌସୁମୀ ଅଗ୍ରସର ହେବାକୁ ପାଗ ଅନୁକୂଳ ରହିଛି। ଏହାର ପ୍ରଭାବରେ ରାଜ୍ୟରେ ବିଭିନ୍ନ ଜିଲାରେ ବର୍ଷା ଜାରି ରହିଛି। ଆସନ୍ତା ତିନି ଦିନ ପର୍ଯ୍ୟନ୍ତ ରାଜ୍ୟରେ ହେବ ଭଲ ବର୍ଷା। ଉତ୍ତର ପଶ୍ଚିମ ବଙ୍ଗୋସାଗର ଓ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ। ବର୍ତ୍ତମାନ ଏକ ଘୂର୍ଣ୍ଣିବଳୟ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ସମୁଦ୍ର ପତ୍ତନଠାରୁ ୧.୫ରୁ ୫.୮ କିମି ଉଚ୍ଚତାରେ ଦକ୍ଷିଣ-ପଶ୍ଚିମ ଆଡକୁ ଢଳି ରହିଛି ।

ଏହାଛଡ଼ା ପୁଣି ଥରେ ସକ୍ରିୟ ହେବ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ଓଡ଼ିଶା ସମେତ ଛତିଶଗଡ଼ର କିଛି ଅଞ୍ଚଳକୁ ମୌସୁମୀ ବାୟୁ ଅଗ୍ରସର ହେବା ପାଇଁ ପାଗ ଅନୁକୂଳ ରହିଛି । ତେଣୁ ବର୍ଷାର ପରିମାଣ ବଢିପାରେ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ୧୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର କିଛି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ଲାଗି ରହିବ। ଆଜି ସୁନ୍ଦରଗଡ଼, କେନ୍ଦୁଝର, ଝାରସୁଗୁଡ଼ା, ବରଗଡ଼, ମୟୂରଭଞ୍ଜ ଓ ବାଲେଶ୍ବରରେ ପ୍ରବଳ ବର୍ଷା ହୋଇପାରେ। ବର୍ଷା ସହ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ମଧ୍ୟ ବହିପାରେ ।

ରାଜ୍ୟର ଅବଶିଷ୍ଟ ଜିଲ୍ଲାରେ ମଧ୍ୟ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ୧୮ ତାରିଖରେ କେନ୍ଦୁଝର ଓ ସୁନ୍ଦରଗଡ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଏହି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଗଜପତି, ରାୟଗଡା, କଳାହାଣ୍ଡି ଏବଂ କୋରାପୁଟ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି । ୨୦ ତାରିଖ ଯାଏଁ କିଛି କିଛି ସ୍ଥାନରେ ବର୍ଷା ଲାଗି ରହିପାରେ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପୀତବାସ ପଣ୍ଡାଙ୍କୁ ଦେଶୀ ବନ୍ଧୁକରୁ ଗୁଳି ମାଡ଼! 🔴 ଆଜି ବିଜେପିର କୋର କମିଟି ବୈଠକ 🔴 ଆଜି ବି ବର୍ଷିବ 🔴 ଗ୍ରାନାଇଟ୍ ଖାଦାନରେ ବିସ୍ଫୋରଣ; ୩ ଶ୍ରମିକ ମୃତ 🔴 ଉତ୍ତର-ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଘୂର୍ଣ୍ଣିବଳୟ 🔴 କଟକକୁ ଫେରୁଛି ଶାନ୍ତି 🔴 ୩ ଦିନ ଘଡ଼ଘଡ଼ି ସହ ବର୍ଷା 🔴 ବିଜେପି ନେତାଙ୍କୁ ଗୁଳିମାଡ 🔴 ବାଲେଶ୍ବର ସହରରେ ଲାଗିଲା ରାତ୍ରିକାଳୀନ କଟକଣା 🔴 ୧୪ ଜିଲ୍ଲାକୁ ସତର୍କ 🔴 ପୀତବାସ ପଣ୍ଡାଙ୍କୁ ଦେଶୀ ବନ୍ଧୁକରୁ ଗୁଳି ମାଡ଼! 🔴 ଆଜି ବିଜେପିର କୋର କମିଟି ବୈଠକ 🔴 ଆଜି ବି ବର୍ଷିବ 🔴 ଗ୍ରାନାଇଟ୍ ଖାଦାନରେ ବିସ୍ଫୋରଣ; ୩ ଶ୍ରମିକ ମୃତ 🔴 ଉତ୍ତର-ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଘୂର୍ଣ୍ଣିବଳୟ 🔴 କଟକକୁ ଫେରୁଛି ଶାନ୍ତି 🔴 ୩ ଦିନ ଘଡ଼ଘଡ଼ି ସହ ବର୍ଷା 🔴 ବିଜେପି ନେତାଙ୍କୁ ଗୁଳିମାଡ 🔴 ବାଲେଶ୍ବର ସହରରେ ଲାଗିଲା ରାତ୍ରିକାଳୀନ କଟକଣା 🔴 ୧୪ ଜିଲ୍ଲାକୁ ସତର୍କ