ବଢ଼ୁଛି ଡାଇରିଆ ମୃତ୍ୟୁ ସଂଖ୍ୟା, ପୁଣି ଆଉ ଜଣଙ୍କ ମୃତ୍ୟୁ

ଯାଜପୁର (ବଡ଼ ଖବର ବ୍ୟୁରୋ): ଚିନ୍ତା ବଢ଼ାଉଛି ଡାଇରିଆ । ଗୋଟିଏ ପରେ ଗୋଟିଏ ଜିଲ୍ଲାକୁ ମାଡିଚାଲିଛି ଡାଇରିଆ । ଯାଜପୁରରେ ଡାଇରିଆରେ ଆଉ ଜଣଙ୍କର ମୃତ୍ୟୁ ହୋଇଛି । ବର୍ତ୍ତମାନ ସୁଦ୍ଧା ଡାଇରିଆରେ ମୃତ୍ୟୁ ସଂଖ୍ୟା ୧୬ରେ ପହଞ୍ଚିଲାଣି । ଯାଜପୁର ରୋଡ ଡାକ୍ତରଖାନାରେ ଡାଇରିଆରେ ମହିଳାଙ୍କ ମୃତ୍ୟୁ ହୋଇଛି । ମୃତ ଚୁନଭାଟି ପ୍ଲଟ ଅଞ୍ଚଳର ପୂଜା ସମାଡ଼ । ସେପଟେ ବାଲେଶ୍ବରକୁ ଡେଇଁଛି ଡାଇରିଆ । ବାଲେଶ୍ବର ଜିଲ୍ଲା ସୋରରେ କିଛି ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ମେଡିକାଲରେ ଭର୍ତ୍ତି ହୋଇଛନ୍ତି । ବେସରକାରୀ ଭାବେ କେବଳ ଯାଜପୁର ଜିଲ୍ଲାରେ ଝାଡ଼ାବାନ୍ତିରେ ୧୬ ଜଣଙ୍କର ମୃତ୍ୟୁ ହୋଇସାରିଲାଣି ।

ହେଲେ ସରକାରୀ ଭାବେ ସଂଖ୍ୟା ୭ ରହିଛି । ସେହିପରି କେନ୍ଦୁଝରରେ ୩ ଜଣ, କଟକରେ ୨ ଜଣ ଓ କେନ୍ଦ୍ରାପଡ଼ାରେ ଜଣେ ପ୍ରାଣ ହରାଇଛନ୍ତି । କଟକ ଜିଲ୍ଲା ନରସିଂହପୁରରେ ଜଣେ ଓ ଟାଙ୍ଗୀରେ ଜଣଙ୍କର ଝାଡ଼ାବାନ୍ତିରେ ମୃତ୍ୟୁ ହୋଇଛି । ଆଜି ସୁଦ୍ଧା ରାଜ୍ୟର ୮ଟି ଜିଲ୍ଲାରେ ଶହ ଶହ ଡାଇରିଆ ରୋଗୀ ମେଡିକାଲରେ ଚିକିତ୍ସିତ ହେଉଛନ୍ତି । ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, କଟକ, ଢେଙ୍କାନାଳ, କେନ୍ଦୁଝର, ପୁରୀ ଓ ବାଲେଶ୍ବରରେ ଝାଡ଼ାବାନ୍ତି ରୋଗୀଙ୍କ ସଂଖ୍ୟା ବଢିଚାଲିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’