Masthead

ବଢ଼ୁଛି ଡାଇରିଆ ମୃତ୍ୟୁ ସଂଖ୍ୟା, ପୁଣି ଆଉ ଜଣଙ୍କ ମୃତ୍ୟୁ

ଯାଜପୁର (ବଡ଼ ଖବର ବ୍ୟୁରୋ): ଚିନ୍ତା ବଢ଼ାଉଛି ଡାଇରିଆ । ଗୋଟିଏ ପରେ ଗୋଟିଏ ଜିଲ୍ଲାକୁ ମାଡିଚାଲିଛି ଡାଇରିଆ । ଯାଜପୁରରେ ଡାଇରିଆରେ ଆଉ ଜଣଙ୍କର ମୃତ୍ୟୁ ହୋଇଛି । ବର୍ତ୍ତମାନ ସୁଦ୍ଧା ଡାଇରିଆରେ ମୃତ୍ୟୁ ସଂଖ୍ୟା ୧୬ରେ ପହଞ୍ଚିଲାଣି । ଯାଜପୁର ରୋଡ ଡାକ୍ତରଖାନାରେ ଡାଇରିଆରେ ମହିଳାଙ୍କ ମୃତ୍ୟୁ ହୋଇଛି । ମୃତ ଚୁନଭାଟି ପ୍ଲଟ ଅଞ୍ଚଳର ପୂଜା ସମାଡ଼ । ସେପଟେ ବାଲେଶ୍ବରକୁ ଡେଇଁଛି ଡାଇରିଆ । ବାଲେଶ୍ବର ଜିଲ୍ଲା ସୋରରେ କିଛି ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ମେଡିକାଲରେ ଭର୍ତ୍ତି ହୋଇଛନ୍ତି । ବେସରକାରୀ ଭାବେ କେବଳ ଯାଜପୁର ଜିଲ୍ଲାରେ ଝାଡ଼ାବାନ୍ତିରେ ୧୬ ଜଣଙ୍କର ମୃତ୍ୟୁ ହୋଇସାରିଲାଣି ।

ହେଲେ ସରକାରୀ ଭାବେ ସଂଖ୍ୟା ୭ ରହିଛି । ସେହିପରି କେନ୍ଦୁଝରରେ ୩ ଜଣ, କଟକରେ ୨ ଜଣ ଓ କେନ୍ଦ୍ରାପଡ଼ାରେ ଜଣେ ପ୍ରାଣ ହରାଇଛନ୍ତି । କଟକ ଜିଲ୍ଲା ନରସିଂହପୁରରେ ଜଣେ ଓ ଟାଙ୍ଗୀରେ ଜଣଙ୍କର ଝାଡ଼ାବାନ୍ତିରେ ମୃତ୍ୟୁ ହୋଇଛି । ଆଜି ସୁଦ୍ଧା ରାଜ୍ୟର ୮ଟି ଜିଲ୍ଲାରେ ଶହ ଶହ ଡାଇରିଆ ରୋଗୀ ମେଡିକାଲରେ ଚିକିତ୍ସିତ ହେଉଛନ୍ତି । ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, କଟକ, ଢେଙ୍କାନାଳ, କେନ୍ଦୁଝର, ପୁରୀ ଓ ବାଲେଶ୍ବରରେ ଝାଡ଼ାବାନ୍ତି ରୋଗୀଙ୍କ ସଂଖ୍ୟା ବଢିଚାଲିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ