Masthead

ପୁଣି ଆସୁଛି ଆଉ ଏକ ଲଘୁଚାପ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପୁଣି ଆସୁଛି ଆଉ ଏକ ଲଘୁଚାପ । ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମବଙ୍ଗ ଓ ବାଲାଂଦେଶ ଉପକୂଳରେ ଏହି ଲଘୁଚାପ ସୃଷ୍ଟିର ସମ୍ଭାବନା ଅଛି । ଆସନ୍ତା ୨୭ ରେ ରାଜ୍ୟରେ ପୁଣି ଏକ ଲଘୁଚାପ ସୃଷ୍ଟି ହୋଇପାରେ । ଏହା ପ୍ରଭାବରେ ୨୬ରୁ ୨ ତାରିଖ ଯାଏ ଓଡ଼ିଶାର ବିସ୍ତୃତ ଅଞ୍ଚଳରେ ଅଧିକ ବର୍ଷା ସମ୍ଭାବନା ଅଛି । ଯାହାକୁ ନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ । ଆଇଏମ୍‌ଡି ସୂଚନା ଅନୁଯାୟୀ ଦେଶର ଉତ୍ତର ପୂର୍ବ, ଝାଡ଼ଖଣ୍ଡ ଓ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଥିବା ସ୍ପଷ୍ଟ ଚିହ୍ନିତ ଲଘୁଚାପ ଆସନ୍ତା ଦୁଇ ଦିନରେ ଦୁର୍ବଳ ହୋଇଯିବ ।

ତେବେ ୧୯ରୁ ୨୨ ତାରିଖ ଯାଏ ରାଜ୍ୟର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ୨୫ ତାରିଖ ଯାଏ ଅଧିକାଂଶ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଅଛି । ୪୦ରୁ ୫୦ କିମି ବେଗରେ ପବନ ବି ବହିପାରେ । ଆଞ୍ଚଳିକ ପାଣିପାଗ କେନ୍ଦ୍ରର ପୂର୍ବାନୁମାନ ଅନୁସାରେ, ୨୦ ତାରିଖରେ ସୁନ୍ଦରଗଡ଼ ଓ ଝାରସୁଗୁଡ଼ାରେ ବର୍ଷା ହୋଇପାରେ । ୨୧ ଓ ୨୨ ତାରିଖରେ ମୟୂରଭଞ୍ଜ ଓ କେନ୍ଦୁଝରରେ ଅଧିକ ବର୍ଷା ସମ୍ଭାବନା ଅଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା