Masthead

ପୁଣି ଆସୁଛି ଆଉ ଏକ ଲଘୁଚାପ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପୁଣି ଆସୁଛି ଆଉ ଏକ ଲଘୁଚାପ । ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମବଙ୍ଗ ଓ ବାଲାଂଦେଶ ଉପକୂଳରେ ଏହି ଲଘୁଚାପ ସୃଷ୍ଟିର ସମ୍ଭାବନା ଅଛି । ଆସନ୍ତା ୨୭ ରେ ରାଜ୍ୟରେ ପୁଣି ଏକ ଲଘୁଚାପ ସୃଷ୍ଟି ହୋଇପାରେ । ଏହା ପ୍ରଭାବରେ ୨୬ରୁ ୨ ତାରିଖ ଯାଏ ଓଡ଼ିଶାର ବିସ୍ତୃତ ଅଞ୍ଚଳରେ ଅଧିକ ବର୍ଷା ସମ୍ଭାବନା ଅଛି । ଯାହାକୁ ନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ । ଆଇଏମ୍‌ଡି ସୂଚନା ଅନୁଯାୟୀ ଦେଶର ଉତ୍ତର ପୂର୍ବ, ଝାଡ଼ଖଣ୍ଡ ଓ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଥିବା ସ୍ପଷ୍ଟ ଚିହ୍ନିତ ଲଘୁଚାପ ଆସନ୍ତା ଦୁଇ ଦିନରେ ଦୁର୍ବଳ ହୋଇଯିବ ।

ତେବେ ୧୯ରୁ ୨୨ ତାରିଖ ଯାଏ ରାଜ୍ୟର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ୨୫ ତାରିଖ ଯାଏ ଅଧିକାଂଶ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଅଛି । ୪୦ରୁ ୫୦ କିମି ବେଗରେ ପବନ ବି ବହିପାରେ । ଆଞ୍ଚଳିକ ପାଣିପାଗ କେନ୍ଦ୍ରର ପୂର୍ବାନୁମାନ ଅନୁସାରେ, ୨୦ ତାରିଖରେ ସୁନ୍ଦରଗଡ଼ ଓ ଝାରସୁଗୁଡ଼ାରେ ବର୍ଷା ହୋଇପାରେ । ୨୧ ଓ ୨୨ ତାରିଖରେ ମୟୂରଭଞ୍ଜ ଓ କେନ୍ଦୁଝରରେ ଅଧିକ ବର୍ଷା ସମ୍ଭାବନା ଅଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଟେଲିଗ୍ରାମ ଉପରେ ସରକାରୀ ବ୍ୟାନ ବଜାୟ ରଖିଲେ ହାଇକୋର୍ଟ 🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ? 🔴 ଟେଲିଗ୍ରାମ ଉପରେ ସରକାରୀ ବ୍ୟାନ ବଜାୟ ରଖିଲେ ହାଇକୋର୍ଟ 🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ?