Masthead

୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ବର୍ଷା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବର୍ତ୍ତମାନ ରାଜ୍ୟରେ ବିଶେଷ ବର୍ଷା ସମ୍ଭାବନା ନାହିଁ । ଆସନ୍ତା ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣ ବର୍ଷା ହୋଇପାରେ । ମାତ୍ର ବଡ଼ ବର୍ଷା କିମ୍ବା ବିସ୍ତୃତ ଅଞ୍ଚଳ ଭିଜିବା ସମ୍ଭାବନା ନାହିଁ । ଉତ୍ତର ଓଡ଼ିଶାର କିଛି ଜାଗାରେ ଘଡ଼ଘଡ଼ି ସହ ୩୦-୪୦ କିମି ବେଗରେ ପବନ ଆଶଙ୍କା ନେଇ ସତର୍କ ସୂଚନା ଜାରି କରାଯାଇଛି । ଭୁବନେଶ୍ୱର ପାଣିପାଗ କେନ୍ଦ୍ର ଅନୁସାରେ ବର୍ତ୍ତମାନ ବର୍ଷା ପ୍ରକୋପ କମ୍‌ ରହିବ ।

ତେବେ ୨୪ରୁ ବର୍ଷା ପରିମାଣ ସାମାନ୍ୟ ବଢ଼ିବା ସହ ରାଜ୍ୟର ଅନେକ ସ୍ଥାନରେ ବର୍ଷା ହୋଇପାରେ । ଏପରିକି ଉତ୍ତର ଓଡ଼ିଶାର କିଛି ଜିଲ୍ଲାର ସ୍ଥାନେ ସ୍ଥାନେ ୨୪ରୁ ପ୍ରବଳ ବର୍ଷା ଆଶଙ୍କା ଅଛି । ସେପଟେ ଆସନ୍ତା ୨୭ ରେ ରାଜ୍ୟରେ ପୁଣି ଏକ ଲଘୁଚାପ ସୃଷ୍ଟି ହୋଇପାରେ । ଏହା ପ୍ରଭାବରେ ୨୬ରୁ ୨ ତାରିଖ ଯାଏ ଓଡ଼ିଶାର ବିସ୍ତୃତ ଅଞ୍ଚଳରେ ଅଧିକ ବର୍ଷା ସମ୍ଭାବନା ଅଛି । ଯାହାକୁ ନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ ।

ଆଇଏମ୍‌ଡି ସୂଚନା ଅନୁଯାୟୀ ଦେଶର ଉତ୍ତର ପୂର୍ବ, ଝାଡ଼ଖଣ୍ଡ ଓ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଥିବା ସ୍ପଷ୍ଟ ଚିହ୍ନିତ ଲଘୁଚାପ ଆସନ୍ତା ଦୁଇ ଦିନରେ ଦୁର୍ବଳ ହୋଇଯିବ । ତେବେ ୧୯ରୁ ୨୨ ତାରିଖ ଯାଏ ରାଜ୍ୟର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ୨୫ ତାରିଖ ଯାଏ ଅଧିକାଂଶ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଅଛି । ୪୦ରୁ ୫୦ କିମି ବେଗରେ ପବନ ବି ବହିପାରେ । ଆଞ୍ଚଳିକ ପାଣିପାଗ କେନ୍ଦ୍ରର ପୂର୍ବାନୁମାନ ଅନୁସାରେ, ୨୦ ତାରିଖରେ ସୁନ୍ଦରଗଡ଼ ଓ ଝାରସୁଗୁଡ଼ାରେ ବର୍ଷା ହୋଇପାରେ । ୨୧ ଓ ୨୨ ତାରିଖରେ ମୟୂରଭଞ୍ଜ ଓ କେନ୍ଦୁଝରରେ ଅଧିକ ବର୍ଷା ସମ୍ଭାବନା ଅଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ