Masthead

ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ବିଭିନ୍ନ ସ୍ଥାନରେ ଲାଗି ରହିଛି ହାଲୁକା ବର୍ଷା । ଆଜି ମଧ୍ୟ ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି । ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ବଲାଙ୍ଗିର, ନୂଆପଡ଼ା, ସମ୍ବଲପୁର, ସୋନପୁର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି ଓ ଗଞ୍ଜାମର କିଛି ସ୍ଥାନରେ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ସୋମବାର ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁରର କିଛି ସ୍ଥାନରେ ବର୍ଷା ହୋଇପାରେ । ୨୪ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ବାଲେଶ୍ୱର ଓ ଭଦ୍ରକରେ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଅଛି । ୨୫ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ର କିଛି ସ୍ଥାନରେ ପ୍ରବଳ ବର୍ଷା ସହିତ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଠନ ହେଲା ଶ୍ରୀମନ୍ଦିର ପରିଚାଳନା କମିଟି 🔴 ଡୋଡାରେ ବାଦଲ ଫଟା ବର୍ଷା 🔴 ଆପ୍‌ ନେତାଙ୍କ ଘରେ ଇଡି ରେଡ୍‌ 🔴 ରାଜ୍ୟରେ ଆରମ୍ଭ ହେଲା ‘ଆମ ଶାସନ’ ବ୍ୟବସ୍ଥା 🔴 ଯାଜପୁର ବୁଲିବେ ସୁରେଶ ପୂଜାରୀ 🔴 ମେଡିକାଲ କଲେଜ ଛାତରୁ ଡେଇଁ ପଡିଲେ ରୋଗୀ 🔴 ରୋଷେଇ ଘରେ ନିଆଁ ଲାଗି ଜଳିଗଲେ ସ୍ବାମୀ-ସ୍ତ୍ରୀ 🔴 ଆସୁଛି ଆଉ ଏକ ଲଘୁଚାପ 🔴 ନବୀନ ପଟ୍ଟନାୟକଙ୍କୁ ଭେଟିଲେ ରାଜ୍ୟପାଳ 🔴 ପାଣ୍ଡିଆନଙ୍କୁ ରଣେନ୍ଦ୍ରଙ୍କ ତାଚ୍ଛଲ୍ୟ! 🔴 ଗଠନ ହେଲା ଶ୍ରୀମନ୍ଦିର ପରିଚାଳନା କମିଟି 🔴 ଡୋଡାରେ ବାଦଲ ଫଟା ବର୍ଷା 🔴 ଆପ୍‌ ନେତାଙ୍କ ଘରେ ଇଡି ରେଡ୍‌ 🔴 ରାଜ୍ୟରେ ଆରମ୍ଭ ହେଲା ‘ଆମ ଶାସନ’ ବ୍ୟବସ୍ଥା 🔴 ଯାଜପୁର ବୁଲିବେ ସୁରେଶ ପୂଜାରୀ 🔴 ମେଡିକାଲ କଲେଜ ଛାତରୁ ଡେଇଁ ପଡିଲେ ରୋଗୀ 🔴 ରୋଷେଇ ଘରେ ନିଆଁ ଲାଗି ଜଳିଗଲେ ସ୍ବାମୀ-ସ୍ତ୍ରୀ 🔴 ଆସୁଛି ଆଉ ଏକ ଲଘୁଚାପ 🔴 ନବୀନ ପଟ୍ଟନାୟକଙ୍କୁ ଭେଟିଲେ ରାଜ୍ୟପାଳ 🔴 ପାଣ୍ଡିଆନଙ୍କୁ ରଣେନ୍ଦ୍ରଙ୍କ ତାଚ୍ଛଲ୍ୟ!