Masthead

୨୭ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆସନ୍ତା ୨୭ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା । ରାଜ୍ୟର ଅଧିକାଂଶ ସ୍ଥାନରେ ବଜ୍ରପାତ ସହ ଝଡ଼ବର୍ଷା ସମ୍ଭାବନା । କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର ଓ ଭଦ୍ରକକୁ ଆଲର୍ଟ ଜାରି । ଅନୁଗୁଳ, ଢେଙ୍କାନାଳ ଓ ଯାଜପୁରକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତା ୨୫ ତାରିଖରେ ବଙ୍ଗୋପାସାଗର ଉପରେ ଗାଙ୍ଗେୟ ପଶ୍ଚିମବଙ୍ଗ ଓ ସଂଲଗ୍ନ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ । ଏହା ପ୍ରଭାବରେ ରାଜ୍ୟରେ ବର୍ଷା ସମ୍ଭାବନା ଅଛି । ଏହା ଅଧିକ ଘନୀଭୂତ ହୋଇ ଲଘୁଚାପ ରୂପ ନେଇପାରେ ବୋଲି ପାଣିପାଗ ବିଶେଷଜ୍ଞ ପୂର୍ବାନୁମାନ କରିଛନ୍ତି । ଆଜି ପାଇଁ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ଭଦ୍ରକ, କନ୍ଧମାଳ, ରାୟଗଡ଼ା ଓ କୋରାପୁଟରେ ବର୍ଷା ସମ୍ଭାବନା ଅଛି ।

୩୦ରୁ ୪୦ କିମି ବେଗରେ ପବନ ବି ବହିପାରେ । ୨୪ ତାରିଖରେ କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱରର ଗୋଟିଏ ବା ଦୁଇଟି ସ୍ଥାନରେ ଭାରୀ ବର୍ଷା ସମ୍ଭାବନା ଅଛି । ୨୫ ତାରିଖରେ ୫ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱର, ଗଜପତି ଓ ଗଞ୍ଜାମ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ପୁରୀ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ, ରାୟଗଡ଼ା, କୋରାପୁଟ, କଳାହାଣ୍ଡି, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡ଼ାରେ ଅଧିକ ବର୍ଷା ହୋଇପାରେ ।୨୬ ତାରିଖରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଅନୁଗୁଳ, ଢେଙ୍କାନାଳ ଓ ଯାଜପୁରରେ ପ୍ରବଳରୁ ଅତିପ୍ରବଳ ବର୍ଷା ଆଶଙ୍କା ଅଛି । ଆସନ୍ତା ୨୭ ତାରିଖ ଯାଏ ରାଜ୍ୟରେ ପ୍ରବଳ ବର୍ଷା ହୋଇପାରେ। ଅଧିକାଂଶ ସ୍ଥାନରେ ବଜ୍ରପାତ ସହ ଝଡ଼ବର୍ଷା ସମ୍ଭାବନା ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ