Masthead

୪ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ଲାଗି ରହିଛି ପ୍ରବଳ ବର୍ଷା । ଆଜି ୪ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା ୧୨ ଘଣ୍ଟାରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର। ଏହା ପ୍ରଭାବରେ ୪ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି। ପାଣିପାଗକେନ୍ଦ୍ରର ସୂଚନା ଅନୁସାରେ, ଲଘୁଚାପ ପ୍ରଭାବରେ ୪ ଜିଲ୍ଲାରେ ୩ ଦିନ ପ୍ରବଳ ବର୍ଷା ହେବ। ସେହି ଜିଲ୍ଲାଗୁଡ଼ିକ ହେଲା ସୁନ୍ଦରଗଡ଼, ସମ୍ବଲପୁର, କେନ୍ଦୁଝର ଓ ମୟୂରଭଞ୍ଜ। ଏହି ସବୁ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି ।

ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ଢେଙ୍କାନାଳ, ଅନୁଗୁଳ, ଦେବଗଡ଼, ଝାରସୁଗୁଡ଼ା ଓ ବରଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏହା ସହ ଅନ୍ୟ କିଛି ଜିଲ୍ଲା ପାଇଁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଆସନ୍ତା ୩ ଦିନ ପର୍ଯ୍ୟନ୍ତ ବର୍ଷା ପାଇଁ ଚେତାବନୀ ଦେଇଛି ଭାରତୀୟ ପାଣିପାଗ ବିଭାଗ । ଏଥିସହ ଉପକୂଳ ଓ ୪ ଜିଲ୍ଲା ସଂଲଗ୍ନ ଅଞ୍ଚଳରେ ବି ପ୍ରବଳ ବର୍ଷା ଆଶଙ୍କା କରାଯାଇଛି। ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ହେବାନେଇ ୧୬ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି ।

ସେହି ଜିଲ୍ଲା ଗୁଡ଼ିକ ପୁରୀ, ଖୋର୍ଦ୍ଧା, ନୟାଗଡ଼, କଟକ, ଗଞ୍ଜାମ, ଗଜପତି, ଯାଜପୁର, ଢେଙ୍କାନାଳ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଭଦ୍ରକ, ବାଲେଶ୍ବର, ଅନୁଗୁଳ, ଦେବଗଡ଼, ଝାରସୁଗୁଡ଼ା, ବରଗଡ଼ରେ ପ୍ରବଳ ବର୍ଷାର ହେବାର ସମ୍ଭାବନା ରହିଛି। ବର୍ଷା ସମୟରେ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବୋହିପାରେ । ଅନ୍ୟପକ୍ଷରେ ରାଜଧାନୀ ଭୁବନେଶ୍ୱରରେ ଗତକାଲିଠୁ ବର୍ଷା ଲାଗି ରହିଛି । ଆଜି ସକାଳୁ ପାଗ ମେଘୁଆ ରହିବା ସହ କିଛିକିଛି ସ୍ଥାନରେ ବର୍ଷା ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼