Masthead

ଆଜିଠୁ ବାହୁଡ଼ା ପ୍ରସ୍ତୁତି, ଦକ୍ଷିଣ ମୋଡ଼ ନେବ ୩ ରଥ

ପୁରୀ(ବଡ଼ ଖବର ବ୍ୟୁରୋ): ଆଜିଠୁ ବାହୁଡ଼ା ପ୍ରସ୍ତୁତି । ତିନି ରଥ ନେବ ଦକ୍ଷିଣ ମୋଡ଼ । ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ଥିବା ରଥକୁ ଶରଧାବାଲି ନିଆଯିବ । ଦିନ ୧୨ଟା ୩୦ରେ ରଥ ଆଜ୍ଞାମାଳ ବିଜେ ହେବ ପରେ ରଥ ଦକ୍ଷିଣ ମୋଡ଼ ନେବ । ଜନ୍ମବେଦୀ ଗୁଣ୍ଡିଚା ମନ୍ଦିରରେ ସରି ସରି ଆସୁଛି ମହାପ୍ରଭୁଙ୍କର ଲୀଳା ଖେଳା । ବାହୁଡ଼ା ଯାତ୍ରା ପାଇଁ ଆରମ୍ଭ ହୋଇଯାଇଛି ପ୍ରସ୍ତୁତି। ପ୍ରଥା ଓ ପରମ୍ପରା ଅନୁଯାୟୀ ହେରାପଞ୍ଚମୀ ପରଦିନ ଅର୍ଥାତ ଆଜି ତିନି ରଥର ଦକ୍ଷିଣ ମୋଡ କରାଯିବ । ମହାପ୍ରଭୁଙ୍କର ସକାଳ ଧୂପ ସରିବା ପରେ ଘଣ୍ଟ ଘଣ୍ଟା, କାହାଳୀ, ଛତ୍ରୀ ସହ ପଟୁଆରରେ ତିନି ବାଡରୁ ପୂଜାପଣ୍ଡା ସାମନ୍ତ ଆଜ୍ଞାମାଳ ଧରି ତିନି ରଥ ନିକଟକୁ ଆସିବା ପରେ ରଥଟଣା ଅର୍ଥାତ୍ ଦକ୍ଷିଣ ମୋଡ ଆରମ୍ଭ ହେବ।

ପ୍ରଥମେ ଦର୍ପଦଳନ, ପରେ ତାଳଧ୍ଵଜ ଏବଂ ଶେଷରେ ନନ୍ଦିଘୋଷ ରଥକୁ ଦକ୍ଷିଣ ମୋଡ କରାଯିବ। ଭାଇଭଉଣୀଙ୍କୁ ସାଙ୍ଗରେ ନେଇ ଘୋଷଯାତ୍ରାରେ ଯାଇ ଗୁଣ୍ଡିଚାମନ୍ଦିର ଜନ୍ମବେଦିରେ ବିଜେ ହୋଇଛନ୍ତି ମହାପ୍ରଭୁ ଶ୍ରୀଜଗନ୍ନାଥ । ବଡ଼ଦେଉଳରେ ଧର୍ମପତ୍ନୀଙ୍କୁ ଛାଡ଼ି ଆସିଛନ୍ତି ଠାକୁରେ । ଏଣୁ ରାଗରୋଷରେ ଜର୍ଜରିତ ମା’ଲକ୍ଷ୍ମୀ ଠାକୁରାଣୀ ଗତକାଲି ହେରାପଞ୍ଚମୀରେ ଗୁଣ୍ଡିଚା ମନ୍ଦିରରେ ବିଜେ ହୋଇ ମହାପ୍ରଭୁଙ୍କ ନନ୍ଦିଘୋଷ ରଥ ଭାଙ୍ଗିଛନ୍ତି । ରଥରେ ଲାଗିଥିବା ହଂସପଟାର ଏକ ଅଂଶକୁ ସେବକଙ୍କ ଦ୍ୱାରା ଭଙ୍ଗା ଗଲା । ପରେ ମହାପ୍ରଭୁଙ୍କ ଆଜ୍ଞମାଳ ପାଇ ହେରାଗୌରୀ ସାହି ଦେଇ ଶ୍ରୀମନ୍ଦିରକୁ ଫେରିଥିଲେ ମା’ଲକ୍ଷ୍ମୀ ସାଆନ୍ତାଣି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି