ପାଣି ଘେରରେ ଭୋଗରାଇ ବ୍ଳକର ୧୫ଟି ପଞ୍ଚାୟତର ୩୦ ଗାଁ

ବାଲେଶ୍ୱର(ବଡ଼ ଖବର ବ୍ୟୁରୋ): ବିପଦ ସଙ୍କେତ ଉପରେ ସୁବର୍ଣ୍ଣରେଖା । ସକାଳ ୬ଟା ସୁଦ୍ଧା ଜଳସ୍ତର ୧୦.୩୯ ମିଟର୍ ପ୍ରବାହିତ ହେଉଛି । ଫଳରେ ଭୋଗରାଇ ବ୍ଳକର ୧୫ଟି ପଞ୍ଚାୟତର ୩୦ ଗାଁ ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇଯାଇଛନ୍ତି । ଘରୁ ବାହାରିବା ପାଇଁ ଡଙ୍ଗାରେ ଯାତାୟାତ କରୁଛନ୍ତି ଲୋକେ । ନଦୀ କୁଳିଆ ପଞ୍ଚାୟତ କୁମ୍ଭୀରଗଡି ଓ ଆରୁହାବର୍ତ୍ତୀରେ ପାଣି ଛାଡୁଥିଲା ବେଳେ ତଳିଆ ପଞ୍ଚାୟତରେ ପାଣି ବଢୁଥିବା ଦେଖିବାକୁ ମିଳିଛି। ସେପଟେ ଯାଜପୁର ଜିଲ୍ଲା ବୈତରଣୀ ନଦୀରେ ପ୍ରଥମ ବନ୍ୟା ଜଳ ପ୍ରବେଶ କରିଛି । ଏହାର ପ୍ରଭାବରେ ଶାଖା ନଦୀ କାଣୀ ପ୍ରଭାବିତ ହୋଇଛି । କାଣୀ ନଦୀର କଣ୍ଟପଡା ଠାରେ ବନ୍ଧ ମୁକୁଳା ଥିବାରୁ ବନ୍ୟା ଜଳ ଚାଷ ଜମିକୁ ମାଡ଼ିଯାଇଛି । ମଲିକାପୁର ଠାରେ କାଣୀ ନଦୀରେ ପୋଲ ନିର୍ମାଣ ଚାଲିଥିବାରୁ ପୁରୁଣା ପୋଲକୁ ଭାଙ୍ଗି ଦିଆଯାଇଥିଲା ।

ଏଣୁ ଯାତାୟାତ ପାଇଁ ଏକ ବାଉଁଶ ପୋଲ ନିର୍ମାଣ କରାଯାଇ ମଲିକାପୁର ପଲାସାହିକୁ ଯୋଗାଯୋଗ ହୋଇଥିଲା । ମାତ୍ର ବନ୍ୟା ଆସିବା ଫଳରେ ବାଉଁଶ ପୋଲଟି ଭାଙ୍ଗି ଭସାଇ ନେଇଛି । ଫଳରେ ଏହି ୨ ଗାଁ ଲୋକଙ୍କ ସମେତ ଦଶରଥପୁର ବ୍ଲକ ଏବଂ ଭଦ୍ରକର ଧାମନଗର ବ୍ଲକକୁ ଯୋଗାଯୋଗ ବିଛିନ୍ନ ହୋଇଯାଇଛି । ବୈତରଣୀ ନଦୀରେ ବନ୍ୟାଜଳ ପ୍ରବାହିତ ହେଉଥିବାରୁ ଶହ ଶହ ହେକ୍ଟର ଚାଷଜମି ଜଳମଗ୍ନ ହୋଇଛି । ବୈତରଣୀ ନଦୀରେ ଆସିଥିବା ପ୍ରଥମ ବନ୍ୟାପାଣିରେ ଆରଡ଼ି ଅଞ୍ଚଳ ସମେତ ୪ଟି ପଞ୍ଚାୟତରେ ଶହ ଶହ ହେକ୍ଟର ଚାଷଜମିକୁ ମାଡିଯାଇଛି ବନ୍ୟାପାଣି । ଉପରମୁଣ୍ଡରୁ ଆସୁଥିବା ବନ୍ୟାପାଣି ଓ ଧାମରା ମୁହାଣ ସମୁଦ୍ରରୁ ଆସୁଥିବା ଜୁଆର ପାଣିରେ ଜଳ ନିଷ୍କାସନ ବାଧା ସୃଷ୍ଟି କରୁଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ