Masthead

OAS ସଂଘ ଆନ୍ଦୋଳନ ପ୍ରତ୍ୟାହୃତ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆନ୍ଦୋଳନରୁ ଓହରିଲେ ଓଏଏସ ସଂଘ । ଜଗା ପ୍ରଧାନ ଗିରଫ ପରେ ଆନ୍ଦୋଳନରୁ ଓହରିଲେ ଓଏଏସ ସଂଘ । ଆଜିଠାରୁ କାମରେ ଯୋଗ ଦେବେ ଓଏଏସ ଅଧିକାରୀ । ସୂଚନା ହେଲେ ଓଏଏସ ସଂଘ ସଭାପତି ଜ୍ୟୋତିରଂଜନ ମିଶ୍ର । ବିଏମସି ଅତିରିକ୍ତ କମିସନର ରତ୍ନାକର ସାହୁଙ୍କୁ ମାଡ଼ ଘଟଣାର ବିରୋଧ କରି ଜଗା ପ୍ରଧାନଙ୍କ ଗିରଫ ଦାବିରେ ଆନ୍ଦୋଳନ କରୁଥିବା ରାଜ୍ୟ ଓଏଏସ ସଂଘ ଆନ୍ଦୋଳନରୁ ହଟିଛି। ଗତକାଲି ଜଗା ପ୍ରଧାନଙ୍କ ଗିରଫ ପରେ ସଂଘ ଆନ୍ଦୋଳନ ପ୍ରତ୍ୟାହାର କରିଛି। ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ଓଏଏସ ସଂଘ ସଭାପତି।

ସୂଚନାଯୋଗ୍ୟ ବିଏମସି ଅତିରିକ୍ତ କମିଶନ ରତ୍ନାକର ସାହୁଙ୍କୁ ବିଏମସି କାର୍ୟ୍ୟାଳୟ ଭିତରେ ୫ରୁ ୬ ଦୁର୍ବୃତ୍ତ ମାଡ଼ମାରିବା ସହ ଘୋଷାଡ଼ି ଘୋଷାଡ଼ି ନେଉଥିବାର ବିଚଳିତ କରୁଥିବା ଦୃଶ୍ୟ ସାମାଜିକ ଗଣମାଧ୍ୟମରେ ଭାଇରାଲ୍ ହୋଇଥିଲା। ଏହି ଘଟଣାରେ କମିଶନରେଟ୍ ପୋଲିସ ୫ ଜଣଙ୍କୁ ଗିରଫ କରିଛି। ସମସ୍ତ ଅଭିଯୁକ୍ତ ବିଜେପିର ହୋଇଥିବାବେଳେ ଦଳ ସମସ୍ତଙ୍କୁ ପ୍ରାଥମିକ ସଦସ୍ୟରୁ ନିଲମ୍ବନ କରିଛି। ସେପଟେ ଏହି ଘଟଣାକୁ ନେଇ ବିରୋଧୀ ବିଜେପିକୁ ଟାର୍ଗେଟ କରିଥିବାବେଳେ। ଓଏଏସ ସଂଘ ଏହାର ପ୍ରତିବାଦରେ ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ବିଜେପି ନେତା ଜଗନ୍ନାଥ ପ୍ରଧାନଙ୍କ ଗିରଫ ଦାବିରେ ଅଡ଼ି ବସିଥିଲା। ଆଉ କାର୍ୟ୍ୟ ବନ୍ଦ ଆନ୍ଦୋଳନକୁ ଓହ୍ଲାଇଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି