OAS ସଂଘ ଆନ୍ଦୋଳନ ପ୍ରତ୍ୟାହୃତ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆନ୍ଦୋଳନରୁ ଓହରିଲେ ଓଏଏସ ସଂଘ । ଜଗା ପ୍ରଧାନ ଗିରଫ ପରେ ଆନ୍ଦୋଳନରୁ ଓହରିଲେ ଓଏଏସ ସଂଘ । ଆଜିଠାରୁ କାମରେ ଯୋଗ ଦେବେ ଓଏଏସ ଅଧିକାରୀ । ସୂଚନା ହେଲେ ଓଏଏସ ସଂଘ ସଭାପତି ଜ୍ୟୋତିରଂଜନ ମିଶ୍ର । ବିଏମସି ଅତିରିକ୍ତ କମିସନର ରତ୍ନାକର ସାହୁଙ୍କୁ ମାଡ଼ ଘଟଣାର ବିରୋଧ କରି ଜଗା ପ୍ରଧାନଙ୍କ ଗିରଫ ଦାବିରେ ଆନ୍ଦୋଳନ କରୁଥିବା ରାଜ୍ୟ ଓଏଏସ ସଂଘ ଆନ୍ଦୋଳନରୁ ହଟିଛି। ଗତକାଲି ଜଗା ପ୍ରଧାନଙ୍କ ଗିରଫ ପରେ ସଂଘ ଆନ୍ଦୋଳନ ପ୍ରତ୍ୟାହାର କରିଛି। ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ଓଏଏସ ସଂଘ ସଭାପତି।

ସୂଚନାଯୋଗ୍ୟ ବିଏମସି ଅତିରିକ୍ତ କମିଶନ ରତ୍ନାକର ସାହୁଙ୍କୁ ବିଏମସି କାର୍ୟ୍ୟାଳୟ ଭିତରେ ୫ରୁ ୬ ଦୁର୍ବୃତ୍ତ ମାଡ଼ମାରିବା ସହ ଘୋଷାଡ଼ି ଘୋଷାଡ଼ି ନେଉଥିବାର ବିଚଳିତ କରୁଥିବା ଦୃଶ୍ୟ ସାମାଜିକ ଗଣମାଧ୍ୟମରେ ଭାଇରାଲ୍ ହୋଇଥିଲା। ଏହି ଘଟଣାରେ କମିଶନରେଟ୍ ପୋଲିସ ୫ ଜଣଙ୍କୁ ଗିରଫ କରିଛି। ସମସ୍ତ ଅଭିଯୁକ୍ତ ବିଜେପିର ହୋଇଥିବାବେଳେ ଦଳ ସମସ୍ତଙ୍କୁ ପ୍ରାଥମିକ ସଦସ୍ୟରୁ ନିଲମ୍ବନ କରିଛି। ସେପଟେ ଏହି ଘଟଣାକୁ ନେଇ ବିରୋଧୀ ବିଜେପିକୁ ଟାର୍ଗେଟ କରିଥିବାବେଳେ। ଓଏଏସ ସଂଘ ଏହାର ପ୍ରତିବାଦରେ ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ବିଜେପି ନେତା ଜଗନ୍ନାଥ ପ୍ରଧାନଙ୍କ ଗିରଫ ଦାବିରେ ଅଡ଼ି ବସିଥିଲା। ଆଉ କାର୍ୟ୍ୟ ବନ୍ଦ ଆନ୍ଦୋଳନକୁ ଓହ୍ଲାଇଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!