Masthead

ପୁରୀ ହେବ ମହାନଗରନିଗମ : ମୋହନ ଚରଣ ମାଝୀ

ପୁରୀ (ବଡ଼ ଖବର ବ୍ୟୁରୋ): ପୁରୀରେ ହେବ ମହାନଗରନିଗମ । ପୁରୀ ପୌରପାଳିକାକୁ ମହାନଗରନିଗମରେ ପରିଣତ କରିବାକୁ ନିଷ୍ପତ୍ତି । ପୁରୀକୁ ନୂଆ ଢ଼ାଞ୍ଚାରେ ପରିଣତ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ରାଜଧାନୀରେ ଏକ ସାମ୍ବାଦିକ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହାକୁ ଘୋଷଣା କରିଛନ୍ତି । ପୁରୀ ସହର ସହ ଆଖାପାଖି ପଞ୍ଚାୟତକୁ ନେଇ ମହାନଗରନିଗମରେ ପରିଣତ ହେବ । କ୍ରମବର୍ଦ୍ଧିତ ଜନସଂଖ୍ୟା ଓ ବହୁ ସଂଖ୍ୟାଙ୍କ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଏ ନିଷ୍ପତ୍ତି ନେଇଛନ୍ତି ମୁଖ୍ୟମନ୍ତ୍ରୀ । ପ୍ରତ୍ୟକ ଦିନ ଲକ୍ଷ ଲକ୍ଷ ଭକ୍ତ ଜଗନ୍ନାଥ ଦର୍ଶନ ନିମନ୍ତେ ଆସୁଥିବା ବେଳେ ଭକ୍ତ ମାନଙ୍କ ନିରାପତ୍ତାକୁ ଦୃଷ୍ଟିରେ ରଖି ଏ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର ।

ଚାରଟି ଧାମ ମଧ୍ୟରୁ ପୁରୀ ଜଗନ୍ନାଥ ଧାମ ହେଉଛି ଅନ୍ୟତମ । ଜଗନ୍ନାଥ ସଂସ୍କୃତିର ପ୍ରଚାର ଓ ପ୍ରସାର ପାଇଁ ପୁରୀରେ ଏକ ବିଶ୍ୱ ସ୍ତରୀୟ ସଂଗ୍ରହାଳୟ, ପାଠ୍ୟଗାରା, ଗବେଷଣା କେନ୍ଦ୍ର ସହ ଶ୍ରୀ ଜଗନ୍ନାଥ ମ୍ୟୁଜିଅମ ନିର୍ମାଣ ହେବ ନେଇ କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଗୋଟିଏ ପରିସର ମଧ୍ୟରେ ମ୍ୟୁଜିଅମ, ଗବେଷଣା କେନ୍ଦ୍ର ଓ ପାଠ୍ୟଗାରା ରହିବା ନେଇ ନିଷ୍ପତି ନେଇଛନ୍ତି ରାଜ୍ୟସରକାର । ଏଥିସହିତ ପରିସର ମଧ୍ୟରେ ୩୦୦ ଆସନ ବିଶିଷ୍ଟ ଅଡ଼ିଟୋରିୟମ ପ୍ରତିଷ୍ଠା କରାଯିବ । ଏହି ଅଡ଼ିଟୋରିୟମରେ ପ୍ରତ୍ୟକ ଦିନ ‘ଲାଇଟ ଏବଂ ସାଉଣ୍ଟ ସୋ’ ପ୍ରତିଷ୍ଠିତ ହେବ । ଏଥିସହ ମୁକ୍ତାକାଶ ରଙ୍ଗମଞ୍ଚ ମଧ୍ୟ ପ୍ରତିଷ୍ଠିତ ହେବ । ଏହି ରଙ୍ଗମଞ୍ଚରେ କଳାକାରଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣା କରାଯିବା ନେଇ ମୁଖ୍ୟମନ୍ତ୍ରୀ କହିଛନ୍ତି । ୨୦୩୬ ସୁଦ୍ଧା ପୁରୀ ହେବ ସୁନ୍ଦର, ସବୁଜ ଓ ବିକଶିତ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା