Masthead

ପାଟନାରେ ବିଜେପି ନେତାଙ୍କୁ ଗୁଳିମାଡ଼

ପାଟନା (ବଡ଼ ଖବର ବ୍ୟୁରୋ): ବିହାରର ପାଟନା ଅଞ୍ଚଳରେ ଘଟିଛି ଅଭାବନୀୟ ଘଟଣା । ବ୍ୟବସାୟୀ ତଥା ବିଜେପି ନେତା ଗୋପାଳ ଖେମକାଙ୍କୁ ଗୁଳି ମାଡ଼ ହୋଇଛି । ଗତକାଲି ବିଳମ୍ବିତ ରାତିରେ ରାମଗୁଲାମ ଛକ ନିକଟରେ ଗୋପାଳ ଖେମକା କାର ପାର୍କିଂ କରି ଗାଡିରୁ ଓହ୍ଲାଉଥିଲେ । ଠିକ୍ ସେହି ସମୟରେ କିଛି ଦୁର୍ବୁତ୍ତ ଆସି ତାଙ୍କ ମୁଣ୍ଡକୁ ଗୁଳି ମାଡ଼ କରିଥିଲେ । ପରେ ତାଙ୍କୁ ଉଦ୍ଧାର କରାଯାଇ ନିକଟସ୍ଥ ହସ୍ପିଟାଲକୁ ନିଆଯାଇଥିଲା ।

ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ । ଖବର ପାଇ ପାଟନା ପୋଲିସ ଏବଂ ଫୋରେନସିକ୍ ଟିମ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ୨୦୧୮ ମସିହାରେ ବୈଶାଳୀରେ ଗୋପାଳ ଖେମକାଙ୍କ ପୁଅ ଗୁଞ୍ଜନ ଖେମକାଙ୍କୁ ମଧ୍ୟ ଗୁଳି କରି ହତ୍ୟା କରାଯାଇଥିଲା । ଏହି ମାମଲାରେ ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଥିଲା । ତେବେ ଗୋପାଳ ଖେମକାଙ୍କୁ କିଏ ଓ କାହିଁକି ଯୋଜନାବଦ୍ଧ ଭାବରେ ହତ୍ୟା କରିଛି ତାର ତଦନ୍ତ କରୁଛି ପୋଲିସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ