Masthead

ମହଣ ମହଣ ସୁନାରେ ଝଟକିବେ ମଣିମା

ପୁରୀ (ବଡ଼ ଖବର ବ୍ୟୁରୋ): ଜନ୍ମବେଦି ଲୀଳା ସାରି ଶ୍ରୀମନ୍ଦିର ନିକଟରେ ପହଞ୍ଚିଲେ ଚତୁର୍ଦ୍ଧାମୂର୍ତ୍ତି । ସିଂହଦ୍ବାରରେ ଲାଗିଛି ତିନି ରଥ। ଆଜି ରଥ ଉପରେ ହେବ ଶ୍ରୀଜିଉଙ୍କ ସୁନାବେଶ । ମହଣ ମହଣ ସୁନା, ମଣିମୁକ୍ତାରେ ଆଭୂଷିତ ଶ୍ରୀଜିଉ ରଥ ଉପରେ ଉଭା ହେବେ । ଏହାକୁ ବଡ଼ ତଢ଼ାଉ ବେଶ ମଧ୍ୟ କୁହାଯାଏ । ସକାଳୁ ତିନିରଥ ଉପରେ ଦୈନଦିନ ନୀତି ପରେ ମଧ୍ୟାହ୍ନ ଧୂପ ଓ ମଇଲମ ନୀତି ପରେ ମହଣ ମହଣ ସୁନାରେ ବିଭୂଷିତ ହେବେ ଶ୍ରୀଜିଉ । ରଥ ଉପରେ ଅନ୍ୟାନ୍ୟ ନୀତି ବଢି ମଧ୍ୟାହ୍ନ ଧୁପ , ମଇଲମ ପରେ ଅପରାହ୍ନରେ ମେକାପ ସର୍ବାଙ୍ଗ ନୀତି ସମ୍ପର୍ଣ୍ଣ ହେବ ।

ଏହାପରେ ଅପରାହ୍ନ ୫ଟାରୁ ୬ଟା ୩୦ ମଧ୍ୟରେ ଠାକୁର ମାନଙ୍କୁ ସୁନାବେଶରେ ସଜ୍ଜିତ କରାଯିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି । ରାତି ୧୧ଟା ପର୍ଯ୍ୟନ୍ତ ଭକ୍ତ ମହାପ୍ରଭୁଙ୍କ ସୁନାବେଶ ଦେଖିପାରିବେ ବୋଲି ମଧ୍ୟ ପ୍ରଶାସନ ନିଷ୍ପତ୍ତି ନେଇଛି । ବେଶ ଓଲାଗି ପରେ ବଡସିଂହାର ବେଶ ଓ ରାତ୍ର ପହୁଡ ହେବ । ସୁନାବେଶ ପାଇଁ ଶ୍ରୀକ୍ଷେତ୍ରରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଥିବା ବେଳେ ମାର୍କେଟ ଛକରୁ ଵ୍ୟାରିକେଡ଼ କରାଯାଇଛି । ଶ୍ରଦ୍ଧାଳୁ ମାର୍କେଟ ଛକରୁ ଵ୍ୟାରିକେଡ୍‌ରେ ଆସି ବେଶ ଦେଖିବା ପରେ ତିନିରଥ ପଛପଟ ରାସ୍ତା ଦେଇ ପ୍ରସ୍ଥାନ କରିବାର ବ୍ୟବସ୍ତା କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼