ମହଣ ମହଣ ସୁନାରେ ଝଟକିବେ ମଣିମା

ପୁରୀ (ବଡ଼ ଖବର ବ୍ୟୁରୋ): ଜନ୍ମବେଦି ଲୀଳା ସାରି ଶ୍ରୀମନ୍ଦିର ନିକଟରେ ପହଞ୍ଚିଲେ ଚତୁର୍ଦ୍ଧାମୂର୍ତ୍ତି । ସିଂହଦ୍ବାରରେ ଲାଗିଛି ତିନି ରଥ। ଆଜି ରଥ ଉପରେ ହେବ ଶ୍ରୀଜିଉଙ୍କ ସୁନାବେଶ । ମହଣ ମହଣ ସୁନା, ମଣିମୁକ୍ତାରେ ଆଭୂଷିତ ଶ୍ରୀଜିଉ ରଥ ଉପରେ ଉଭା ହେବେ । ଏହାକୁ ବଡ଼ ତଢ଼ାଉ ବେଶ ମଧ୍ୟ କୁହାଯାଏ । ସକାଳୁ ତିନିରଥ ଉପରେ ଦୈନଦିନ ନୀତି ପରେ ମଧ୍ୟାହ୍ନ ଧୂପ ଓ ମଇଲମ ନୀତି ପରେ ମହଣ ମହଣ ସୁନାରେ ବିଭୂଷିତ ହେବେ ଶ୍ରୀଜିଉ । ରଥ ଉପରେ ଅନ୍ୟାନ୍ୟ ନୀତି ବଢି ମଧ୍ୟାହ୍ନ ଧୁପ , ମଇଲମ ପରେ ଅପରାହ୍ନରେ ମେକାପ ସର୍ବାଙ୍ଗ ନୀତି ସମ୍ପର୍ଣ୍ଣ ହେବ ।

ଏହାପରେ ଅପରାହ୍ନ ୫ଟାରୁ ୬ଟା ୩୦ ମଧ୍ୟରେ ଠାକୁର ମାନଙ୍କୁ ସୁନାବେଶରେ ସଜ୍ଜିତ କରାଯିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି । ରାତି ୧୧ଟା ପର୍ଯ୍ୟନ୍ତ ଭକ୍ତ ମହାପ୍ରଭୁଙ୍କ ସୁନାବେଶ ଦେଖିପାରିବେ ବୋଲି ମଧ୍ୟ ପ୍ରଶାସନ ନିଷ୍ପତ୍ତି ନେଇଛି । ବେଶ ଓଲାଗି ପରେ ବଡସିଂହାର ବେଶ ଓ ରାତ୍ର ପହୁଡ ହେବ । ସୁନାବେଶ ପାଇଁ ଶ୍ରୀକ୍ଷେତ୍ରରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଥିବା ବେଳେ ମାର୍କେଟ ଛକରୁ ଵ୍ୟାରିକେଡ଼ କରାଯାଇଛି । ଶ୍ରଦ୍ଧାଳୁ ମାର୍କେଟ ଛକରୁ ଵ୍ୟାରିକେଡ୍‌ରେ ଆସି ବେଶ ଦେଖିବା ପରେ ତିନିରଥ ପଛପଟ ରାସ୍ତା ଦେଇ ପ୍ରସ୍ଥାନ କରିବାର ବ୍ୟବସ୍ତା କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ