Masthead

ରାଜ୍ୟରେ ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ । ୬ ଦଫା ଦାବି ନେଇ ଡ୍ରାଇଭର ମହାସଂଘର ଆନ୍ଦୋଳନ । ମୁଖ୍ୟତଃ ପୋଲିସକୁ ଗାଡ଼ି ଚେକିଂ କ୍ଷମତା ପ୍ରଦାନ ପ୍ରକ୍ରିୟାକୁ ବିରୋଧ । ବିଭିନ୍ନ ସ୍ଥାନରେ ପ୍ରଭାବ ପରିଲକ୍ଷିତ, ଯାତ୍ରୀ ହନ୍ତସନ୍ତ । ଅଟୋ ଡ୍ରାଇଭରମାନଙ୍କୁ ଓଡ଼ିଶା ମୋଟର ଟ୍ରାନ୍ସପୋର୍ଟ ଡ୍ରାଇଭର ଆଣ୍ଡ୍‌ ଓ୍ବାର୍କର୍ସ ଓ୍ବେଲ୍‌ଫେୟାର ବୋର୍ଡରେ ସାମିଲ କରିବାକୁ ମଞ୍ଚ ଦାବି କରିଛି। ଏଥିସହ ଜନସାଧାରଣଙ୍କ ଆକ୍ରୋଶରେ ଶିକାର ହେଉଥିବା ଡ୍ରାଇଭର ସମାଜର ସୁରକ୍ଷା ପାଇଁ ଏକ ସ୍ବତନ୍ତ୍ର ଆଇନ, ବୃତ୍ତିଗତ ଡ୍ରାଇଭରଙ୍କୁ ୬୦ବର୍ଷ ବୟସ ପରେ ସ୍ବତନ୍ତ୍ର ଭତ୍ତା ପ୍ରଦାନ, ଗାଡ଼ିଗୁଡ଼ିକ ପାର୍କିଂ ଓ ଡ୍ରାଇଭରମାନଙ୍କ ବିଶ୍ରାମ ପାଇଁ ପାର୍କିଂ ସହ ବିଶ୍ରାମାଗାର ଏବଂ ଶୌଚାଳୟ ବ୍ୟବସ୍ଥା, ଓଡ଼ିଶାରେ ଥିବା ପ୍ରତ୍ୟେକ ଖଣି ଖାଦାନ ଓ କାରଖାନା ଗୁଡ଼ିକରେ ୭୦% ରାଜ୍ୟ ଡ୍ରାଇଭରମାନଙ୍କୁ କାମ କରିବା ପାଇଁ ଅଗ୍ରାଧିକାର ଦିଆଯିବା ଏବଂ ସେପ୍ଟେମ୍ବର ୧କୁ ଜାତୀୟ ଡ୍ରାଇଭର ଦିବସ ରୂପେ ଘୋଷଣା କରିବା ଦାବି ରହିଛି।

ସୂଚନାଯୋଗ୍ୟ, ଗତ ଜୁନ ୯ରେ ମହାମଞ୍ଚ ପକ୍ଷରୁ ଖବରଦାତା ସମ୍ମିଳନୀ କରାଯାଇ ଉପରୋକ୍ତ ୬ଟି ଦାବି ଉପସ୍ଥାପନା କରାଯାଇଥିଲା। ରାଜ୍ୟ ସରକାର ମଞ୍ଚର ଏହି ଦାବିଗୁଡିକ ପୂରଣ ନ କଲେ ଜୁଲାଇ ୮ରେ ରାଜ୍ୟବ୍ୟାପୀ ମଞ୍ଚର ଡ୍ରାଇଭରମାନେ ଷ୍ଟିଅରିଂ ଛାଡ ଆନ୍ଦୋଳନ କରିବେ ବୋଲି ଚେତାବନୀ ଦିଆଯାଇଥିଲା। ଏହିକ୍ରମରେ ମଙ୍ଗଳବାର ଠାରୁ ଅନିର୍ଦ୍ଦିଷ୍ଟ କାଳ ପର୍ୟ୍ୟନ୍ତ ଏକତା ମହାମଞ୍ଚ ଜରିଆରେ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ କରାଯିବ ବୋଲି ରାଜ୍ୟ ଡ୍ରାଇଭର ମହାସଙ୍ଘର ସଭାପତି ପ୍ରଶାନ୍ତ ମେଣ୍ଡୁଳି ଫେସ୍‌ବୁକ ଜରିଆରେ ସୂଚନା ଦେଇଛନ୍ତି। ଅନ୍ୟପକ୍ଷରେ ଏହି ଆନ୍ଦୋଳନକୁ ଓଡ଼ିଶା ସଡ଼କ ପରିବହନ ଶ୍ରମିକ ମହାସଂଘ ମିଳିତ ମଞ୍ଚ ପକ୍ଷରୁ ବିରୋଧ କରାଯାଇଛି। ମଞ୍ଚ କହିଛି, ରାଜ୍ୟରେ ୩୫ଟି ସଂଘ ଥିବାବେଳେ ଗୋଟିଏ ସଂଘ ବନ୍ଦ ଡାକରା ଦେଇଛି। କୌଣସି ଡ୍ରାଇଭର କିମ୍ବା ଟ୍ରାନ୍ସପୋର୍ଟ ୱାର୍କର୍ସ ସଂଘ ଏହି ଆନ୍ଦୋଳନକୁ ସମର୍ଥନ କରୁନାହିଁ। ସରକାର ସୁରକ୍ଷା ଦେଲେ ଯାନବାହନ ଚଳାଚଳ ସ୍ବାଭାବିକ ରହିବ ବୋଲି ମିଳିତ ମଞ୍ଚ ସାଂଗଠନିକ ସମ୍ପାଦକ ସନ୍ତୋଷ ସାହୁ କହିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା