Masthead

ଜନ୍ମବେଦୀରେ ସରିଲା ଲୀଳାଖେଳା, ନୀଳକନ୍ଦରକୁ ଫେରିବେ ନୀଳମଣି

ପୁରୀ(ବଡ଼ ଖବର ବ୍ୟୁରୋ): ଆଜି ରଥଯାତ୍ରାର ଶେଷ ପର୍ବ ନୀଳାଦ୍ରି ବିଜେ । ରତ୍ନବେଦିକୁ ଫେରିବେ ଦାରୁବ୍ରହ୍ମ । ଜନ୍ମବେଦୀରେ ଲୀଳାଖେଳା ସାରିବା ପରେ ଆଜି ଅପରାହ୍ନରେ ନୀଳକନ୍ଦରକୁ ବିଜେ କରିବେ ଚତୁର୍ଦ୍ଧାମୂର୍ତ୍ତି । ରସଗୋଲା ଦେଇ ମହାଲକ୍ଷ୍ମୀଙ୍କ ମାନଭଞ୍ଜନ କରିବେ ମହାପ୍ରଭୁ । ମହାପ୍ରଭୁଙ୍କ ପତିତପାବନ ଯାତ୍ରାର ଆଜି ଶେଷ କରି ଗୋଟି ପହଣ୍ଡିରେ ରଥାରୂଢ ଠାକୁର ଶ୍ରୀମନ୍ଦିରକୁ ବିଜେ କରିବେ । ବଡ଼ଭାଇ, ଭଉଣୀଙ୍କ ସମେତ ସୁଦର୍ଶନଙ୍କ ପହଣ୍ଡି ସରିବ। ହେଲେ କାଳିଆ ସାଆନ୍ତଙ୍କ ବାଟ ଓଗାଳିବେ ମାଆ ଲକ୍ଷ୍ମୀ ସାଆନ୍ତାଣୀ । ବିଜେ ପଥରେ ଲକ୍ଷ୍ମୀ-ନାରାୟଣ କଳି ନୀତି ହେବ । ପରେ ରସଗୋଲା ଦେଇ ଧର୍ମପତ୍ନୀଙ୍କ ମନ ତୋଷିବେ ଶ୍ରୀଜଗନ୍ନାଥ । ନୀଳାଦ୍ରି ବିଜେରେ ଠାକୁରଙ୍କ ଏସବୁ ମାନବୀୟ ଲୀଳା ଦେଖି ଧନ୍ୟ ହେବେ ଲକ୍ଷାଧିକ ଭକ୍ତ । ଅପରାହ୍ଣ ୪ଟାରେ ଠାକୁରଙ୍କ ପହଣ୍ଡି ଆରମ୍ଭ ହୋଇ ରାତି ୧୦ଟା ସୁଦ୍ଧା ସରିବ ବୋଲି ସମୟ ଧାର୍ୟ୍ୟ କରିଛି ଶ୍ରୀମନ୍ଦିର ପ୍ରଶାସନ ।
ପୁଷ୍ପାଳକ ସେବକମାନେ ପ୍ରଥମେ ଶ୍ରୀମଦନମୋହନ ଓ ଶ୍ରୀରାମକୃଷ୍ଣଙ୍କୁ ଦକ୍ଷିଣଘରେ ବିଜେ କରାଇବେ । ଏହାପରେ ଶ୍ରୀସୁଦର୍ଶନ, ଶ୍ରୀବଳଭଦ୍ର ଓ ଦେବୀ ସୁଭଦ୍ରା ପହଣ୍ଡି ହେବେ । ଏହା ପୂର୍ବରୁ ରତ୍ନସିଂହାସନ ତ୍ରିମୁଣ୍ଡିରେ ଚାନ୍ଦୁଆ ବନ୍ଧା ସରି ଅଖଣ୍ଡ ବଇଠା ବସିଥିବ । ନୀଳାଦ୍ରି ବିଜେ ପାଇଁ ସ୍ଥିର ହୋଇଥିବା ସମୟକ୍ରମେ ପ୍ରାତଃ ୪ଟାରେ ତିନି ରଥରେ ମଙ୍ଗଳାଳତି ହେବ । ରଥରେ ଅନ୍ୟାନ୍ୟ ନୀତି ହୋଇ ସନ୍ଧ୍ୟାଧୂପ ବଢିବ ଅପରାହ୍ନ ସାଢ଼େ ୧ଟାରେ । ଏହାପରେ ସାଢ଼େ ୩ଟା ସୁଦ୍ଧା ରଥରେ ଚାରମାଳ ବନ୍ଧା ହୋଇ ସିଂହାସନ ମାଜଣା ହେବ । ୩ଟା୫୦ମିନିଟ୍‌ରେ ପୁଷ୍ପାଞ୍ଜଳି ଅର୍ପଣ ହୋଇ ବିଜେ କାହାଳି ବାଜିଲେ ଠାକୁରଙ୍କ ପହଣ୍ଡି ଆରମ୍ଭ ହେବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି