Masthead

ବିଜେପିକୁ ଘେରିବାକୁ ଗୁରୁମନ୍ତ୍ର ଦେବେ ରାହୁଲ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଓଡ଼ିଶା ଆସୁଛନ୍ତି ବିରୋଧୀ ଦଳ ନେତା ରାହୁଲ ଗାନ୍ଧି । ସମ୍ବିଧାନ ବଞ୍ଚାଅ ସମାବେଶକୁ ସମ୍ବୋଧନ କରିବେ । ଭୁବନେଶ୍ବରରେ ହେବ ବିଶାଳ ସମାବେଶ । କଂଗ୍ରେସ ଭବନରେ ନେତା-ବିଧାୟକଙ୍କ ସହ ବୈଠକ କରିବେ । ରାହୁଲଙ୍କ ଗସ୍ତକୁ ନେଇ ରାଜ୍ୟ କଂଗ୍ରେସ ଶିବିର ଉତ୍ସାହିତ । ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ଼ଗେ, ବରିଷ୍ଠ ନେତା ବି ଆସୁଛନ୍ତି । ଏଥିପାଇଁ ବରମୁଣ୍ଡା ପଡିଆରେ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ପିସିସି ସଭାପତି ଓ ଦଳର ତୁଙ୍ଗ ନେତା ସଭାସ୍ଥଳରେ ପହଞ୍ଚି ସମୀକ୍ଷା କରିଛନ୍ତି ।

ରାହୁଲଙ୍କୁ ଶୁଣିବାକୁ ରାଜ୍ୟର କୋଣ ଅନୁକୋଣରୁ ଆସିବେ କଂଗ୍ରେସ କ୍ୟାଡର । ଦିନ ୧୧ଟାରେ ଭୁବନେଶ୍ବରରେ ପହଞ୍ଚିବେ ରାହୁଲ ଗାନ୍ଧୀ । ରାହୁଲ ବିମାନ ବନ୍ଦର ଛକରୁ ଜୟଦେବ ବିହାର ପର୍ଯ୍ୟନ୍ତ ଏକ ରୋଡ ସୋ’ କରିବାର କାର୍ଯ୍ୟକ୍ରମ ରହିଛି । ଏହାସହ ବରମୁଣ୍ଡା ପଡିଆରେ ସମ୍ବିଧାନ ବଞ୍ଚାଅ ସମାବେଶରେ ଯୋଗଦେବା ପରେ ସିଧା ପାର୍ଟି ଅଫିସକୁ ଆସିବେ । କଂଗ୍ରେସ ଭବନରୁ ଶାସକ ବିଜେପିକୁ ଘେରିବାକୁ ଗୁରୁମନ୍ତ୍ର ଦେବେ ରାହୁଲ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ