ରାଜ୍ୟରେ ସ୍ବାଭାବିକ ହେଲା ଘରୋଇ ବସ୍ ଚଳାଚଳ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜିଠୁ ରାଜ୍ୟରେ ସ୍ବାଭାବିକ ହେଲା ଘରୋଇ ବସ୍ ଚଳାଚଳ । ଭୁବନେଶ୍ବର ସମେତ ବିଭିନ୍ନ ସ୍ଥାନରେ ଗଡ଼ିଲା ବସ୍ । ୪ ଦିନ ପରେ ଘରୋଇ ବସ୍‌ ଚଳାଚଳ ସ୍ବାଭାବିକ ହେଲା ପୁରୀଠାରେ ବସିଥିବା ରାଜ୍ୟ ଘରୋଇ ବସ ମାଲିକ ସଂଘର ବୈଠକରେ ଏହି ବଡ଼ ନିଷ୍ପତ୍ତି ନିଆଯାଇଛି । ବସ ଚଳାଚଳ କରୁନଥିବାରୁ ସାରା ରାଜ୍ୟରେ ଯାତ୍ରୀଙ୍କ ସମସ୍ୟାକୁ ଦୃଷ୍ଟିରେ ରଖି ଘରୋଇ ବସ ମାଲିକ ସଂଘ ଏହି ନିଷ୍ପତ୍ତି ନେଇଛି । ତେବେ ଏଥିପାଇଁ ସୁରକ୍ଷା ଯୋଗାଇ ଦେବାକୁ ରାଜ୍ୟ ସରକାରଙ୍କୁ ସଂଘ ଅପିଲ କରିଛି ।

ସେପଟେ ଡ୍ରାଇଭର ମହାସଂଘ ଧର୍ମଘଟକୁ ସମର୍ଥନ ଜଣାଇବ ନାହିଁ ବୋଲି ପ୍ରେସମିଟ୍ କରି ସୂଚନା ଦେଇଛି ରାଜ୍ୟ ଘରୋଇ ବସ୍ ମାଲିକ ସଂଘ । ଚାରି ଦିନ ଧରି ଧର୍ମଘଟ ଯୋଗୁଁ କ୍ଷତି ସହୁଛନ୍ତି ବସ୍ ମାଲିକ । ହଜାର ହଜାର ଯାତ୍ରୀ ହନ୍ତସନ୍ତ ହେଉଛନ୍ତି । ତେଣୁ ଡ୍ରାଇଭର ମହାସଂଘର ଷ୍ଚିୟରିଂ ଛାଡ଼ ଆନ୍ଦୋଳନକୁ ଆଉ ସମର୍ଥନ ଦିଆଯିବ ନାହିଁ ବୋଲି ଘରୋଇ ବସ ମାଲିକ ସଂଘ ସୂଚନା ଦେଇଛନ୍ତି । ତେଣୁ ଆଜିଠୁ ଘରୋଇ ବସ୍ ଚଳାଚଳ ସେବା ସ୍ବାଭାବିକ ହେବ ବୋଲି ସ୍ପଷ୍ଟ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଚୌଦ୍ୱାର ଜେଲ କଳି ବଢାଇଲା ଅଡ଼ୁଆ 🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 ଚୌଦ୍ୱାର ଜେଲ କଳି ବଢାଇଲା ଅଡ଼ୁଆ 🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’