Masthead

ଆଜିଠୁ ତିନି ଦିନ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଆଜିଠୁ ତିନି ଦିନ ପ୍ରବଳ ବର୍ଷା ସମ୍ଭାବନା । ଆଜି ପାଇଁ ୨୪ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି । ୬ ଜିଲ୍ଲାରେ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବରରେ ପ୍ରବଳ ବର୍ଷିବ । ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁରକୁ ବି ଆଲର୍ଟ । ଆସନ୍ତା ୧୬ ତାରିଖରେ ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ। ଗାଙ୍ଗେୟ ପଶ୍ଚିମବଙ୍ଗ ଓ ଏହାର ପାର୍ଶ୍ଵ ବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟିର ସମ୍ଭାବନା ଅଛି। ଘୂର୍ଣ୍ଣିବଳୟ ହେବା ପରେ ୩ରୁ ୪ ଦିନ ଯାଏ ଏହା ପଶ୍ଚିମ ଓ ଉତ୍ତର-ପଶ୍ଚିମ ଦିଗରେ ଗତି କରିବ। ପାଣିପାଗ ବିଶେଷଜ୍ଞ ଏଭଳି ପୂର୍ବାନୁମାନ କରିଛନ୍ତି। ସେହିପରି ରବିବାର ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ଵର, ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁରରେ ଅଧିକ ବର୍ଷା ହୋଇପାରେ। ଯାଜପୁର, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ନୂଆପଡ଼ା, ବଲାଙ୍ଗିର, ସୋନପୁର ଓ ବୌଦ୍ଧରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଅଛି। ଆସନ୍ତାକାଲି ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ରେ ଅଧିକ ବର୍ଷା ହୋଇପାରେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି