Masthead

‘ଘଟଣାକୁ ଗୁରୁତ୍ୱର ସହ ନିଆଯାଇଛି’

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବାଲେଶ୍ୱରଏଫଏମ୍ କଲେଜ ଛାତ୍ରୀ ଆତ୍ମାହୂତି ଘଟଣାରେ ପ୍ରତିକ୍ରିୟା ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । କହିଛନ୍ତି, ବାଲେଶ୍ୱର ଘଟଣାକୁ ଗୁରୁତ୍ୱର ସହ ନିଆଯାଇଛି । ଏମ୍ସ ଯାଉଛି ଏବଂ ସ୍ଥିତି ଅନୁଧ୍ୟାନ କରିବି । କେଉଁ ପରିସ୍ଥିତିରେ ଏ ଘଟଣା ଘଟିଲା ତଦନ୍ତ ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ କମିଟି ଗଢ଼ା ଯାଇଛି । ରିପୋର୍ଟ ଆସିଲେ କାର୍ଯ୍ୟାନୁଷ୍ଠାନ ହେବ । ଭବିଷ୍ୟତରେ ଏଭଳି ଘଟଣାର ପୁନରାବୃତ୍ତି ନ ହେବ ସେଥିପାଇଁ ସରକାର ଯତ୍ନବାନ ହେଉଛନ୍ତି । କଲେଜ ଏବଂ ବୈଷୟିକ ଶିକ୍ଷାନୁଷ୍ଠାନଗୁଡିକରେ ରାଗିଙ୍ଗ, ଯୌନ ନିର୍ଯାତନା ନ ଘଟିବ ସେ ନେଇ ଆଗୁଆ ପଦକ୍ଷେପ ନେବାକୁ ସରକାର ନିଷ୍ପତି ନେଉଛନ୍ତି ।

ବାଲେଶ୍ଵର ଛାତ୍ରୀ ଆତ୍ମାହୁତି ଘଟଣାରେ ରାଜ୍ୟପାଳଙ୍କ ହସ୍ତକ୍ଷେପ ଲୋଡିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଛାତ୍ରୀଙ୍କୁ ନ୍ୟାୟ ଦେବାକୁ ଦାବି କଲେ ବିରୋଧୀ ଦଳ ନେତା  । କଲେଜ ଅଧ୍ୟକ୍ଷଙ୍କଠାରୁ ଆରମ୍ଭ କରି ଉଚ୍ଚଶିକ୍ଷା ମନ୍ତ୍ରୀ ଏବଂ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ ପର୍ଯ୍ୟନ୍ତ ବାରମ୍ବାର ତାଙ୍କ ଅଭିଯୋଗ ଜଣାଇବା ସତ୍ତ୍ୱେ ତାଙ୍କୁ ନ୍ୟାୟ ପାଇବାରୁ ବଞ୍ଚିତ ଥିଲେ ଛାତ୍ରୀ । ଏହାସହ ଘଟଣାକୁ ନେଇ ଦୁଃଖ ପ୍ରକାଶ କରିବା ସହ ଆରୋଗ୍ୟ କାମନା କରିଛନ୍ତି ନବୀନ  ।  ସୋସିଆଲ ମିଡ଼ିଆ ଆକାଉଣ୍ଟ ଏକ୍ସରେ ଛାତ୍ରୀଙ୍କ ଆଶୁ ଆରୋଗ୍ୟ କାମନା କଲେ ନବୀନ ପଟ୍ଟନାୟକ ।

ସେପଟେ ଏମ୍ସ ବର୍ଣ୍ଣ ୱାର୍ଡରେ ଜୀବନ ସହ ସଂଘର୍ଷ କରୁଛନ୍ତି ପୀଡ଼ିତା । ତାଙ୍କ ଶରୀରର ୯୫ ପ୍ରତିଶତ ପୋଡ଼ିଯାଇଛି । ଛାତ୍ରୀ ଜଣକ ଅତି ସଙ୍କଟାପନ୍ନ ଅବସ୍ଥାରେ ଥିବା ଏମ୍ସ ନିର୍ଦ୍ଦେଶକ ଡାକ୍ତର ଆଶୁତୋଷ ବିଶ୍ବାସ ସୂଚନା ଦେଇଛନ୍ତି । ଫକୀରମୋହନ କଲେଜରେ ଛାତ୍ରୀ ଦେହରେ ନିଆଁ ଲଗାଇଦେବା ଘଟଣାକୁ ନେଇ ସାରା ରାଜ୍ୟରେ ଅସନ୍ତୋଷ ବଢ଼ିଛି । କାହିଁକି ଓ କେଉଁ ପରିସ୍ଥିତିରେ ଛାତ୍ରୀ ଜଣକ ଆତ୍ମହତ୍ୟା ଉଦ୍ୟମ କଲେ, ତାର ତଦନ୍ତ ହେବ । ଏଥିପାଇଁ ୩ ଜଣିଆ କମିଟି ଗଠନ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ